ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି ଓ ଭତ୍ତା ବଣ୍ଟନ

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି ଓ ଭତ୍ତା ବଣ୍ଟନ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:
୨୨/୦୯/୨୬
ଆଜି ମାଲକାନଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଜିଲ୍ଲାପାଳଙ୍କ ସହ ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ, ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ, ମାଲକାନଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ, ମାଲକାନଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ଏବଂ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସାଧାରଣ ଲୋକଙ୍କର ବିଭିନ୍ନ ପ୍ରକାରର ସମସ୍ୟା ଓ ଅଭିଯୋଗ ଶୁଣିଥିଲେ।

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି ଓ ଭତ୍ତା ବଣ୍ଟନ – ସମୀକ୍ଷା


ଏହି ଶିବିରରେ ମୋଟ ୪୬ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୨୬ ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବା ବେଳେ ୨୦ ଟି ଗ୍ରାମୀଣ ତଥା ସାଧାରଣ ସମସ୍ୟା ସମ୍ବନ୍ଧୀୟ ଅଭିଯୋଗ ଥିଲା। ପ୍ରାପ୍ତ ଅଭିଯୋଗଗୁଡ଼ିକର ସମୟସୀମା ମଧ୍ୟରେ ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ଜିଲ୍ଲାପାଳ ଅନ୍ତ୍ୟୋଦୟ ଗୃହ ଯୋଜନାର ହିତାଧିକାରୀମାନଙ୍କୁ ପ୍ରୋତ୍ସାହନ ରାଶି ସହ ଅନ୍ୟାନ୍ୟ ଯୋଜନାରେ ସାମାଜିକ ନିରାପତ୍ତା ଭତ୍ତା ବଣ୍ଟନ କରିଥିଲେ। ଲୋକଙ୍କ ନିକଟରେ ସରକାରୀ ସେବା ସହଜରେ ପହଞ୍ଚାଇବା ଏବଂ ସମସ୍ୟାର ସମାଧାନ କରିବା ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି।

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି ଓ ଭତ୍ତା ବଣ୍ଟନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପ୍ରକାଶ ପାଇଲା ମାଲକାନଗିରି ଜିଲ୍ଲାର ଏସଆଇଆର-୨୦୨୬ ଚୂଡ଼ାନ୍ତ ଭୋଟର ତାଲିକା, ମୋଟ ନିର୍ବାଚକ ୪,୧୫,୧୩୨