ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ମାଲକାନଗିରି:ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା

ମାଲକାନଗିରି:ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:
୨୨/୦୯/୨୬
ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ମାଲକାନଗିରି ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା-୨୦୨୬ ଅନୁଷ୍ଠିତ ହୋଇଛି। ଜିଲ୍ଲାର ବିଭିନ୍ନ ବ୍ଲକରୁ ୧୦୮ ଜଣ ଛାତ୍ରଛାତ୍ରୀ ଏଥିରେ ଭାଗ ନେଇଥିଲେ।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାଗିରଥି ବେହେରା ମୁଖ୍ୟ ଅତିଥି ଏବଂ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଜଗନ୍ନାଥ ପ୍ରସାଦ ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ ବିଜ୍ଞାନକୁ ଦୈନନ୍ଦିନ ଜୀବନ ସହ ଯୋଡ଼ିବା ଓ ଯୁକ୍ତିସଙ୍ଗତ ଚିନ୍ତାଧାରା ବିକାଶ ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।

ମାଲକାନଗିରି:ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା – ସମୀକ୍ଷା


ପ୍ରତିଯୋଗିତାରେ ବାଲିମେଳା ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ହୋଇ ଜୋନାଲ ସ୍ତରକୁ ମନୋନୀତ ହୋଇଥିବା ବେଳେ ମାଲକାନଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ଦ୍ୱିତୀୟ ହୋଇଥିଲା। ଏମ୍‌.ଭି.-୭୯ ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଉତ୍ତମ କଳାକାର ଭାବେ ପୁରସ୍କୃତ କରାଯାଇଥିଲା। ବିଜ୍ଞାନକୁ ନାଟକ ମାଧ୍ୟମରେ ସରଳ ଓ ଆକର୍ଷଣୀୟ କରିବା ଏହି ପ୍ରତିଯୋଗିତାର ଉଦ୍ଦେଶ୍ୟ ଥିଲା।

ମାଲକାନଗିରି:ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି ଓ ଭତ୍ତା ବଣ୍ଟନ