ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ସୁବର୍ଣ୍ଣପୁରରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁରରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ – ସମୀକ୍ଷା ଖବର

ରଞ୍ଜନ ହୋତା /ସ୍ୱତନ୍ତ୍ର ପ୍ରତିନିଧି /ସୁବର୍ଣ୍ଣପୁର:
ସୁବର୍ଣ୍ଣପୁର, ୨୧ ସେପ୍ଟେମ୍ବର ୨୦୨୬:-
ଆସନ୍ତା ଅକ୍ଟୋବର ୦୧ ତାରିଖରେ ପାଳନ ହେବାକୁ ଥିବା ‘ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ’ର ସଫଳ ସମ୍ପାଦନ ନିମନ୍ତେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ମିନି ସମ୍ମିଳନୀ କକ୍ଷଠାରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଅଧ୍ୟକ୍ଷତା କରିଥିଲେ।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ, ସୋନପୁର ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ସମସ୍ତ ବ୍ଲକର ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀଙ୍କ ସମେତ ଜିଲ୍ଲାର ବିଭିନ୍ନ ବରିଷ୍ଠ ନାଗରିକ ସଂଘର ସଭାପତି, ସମ୍ପାଦକ ଏବଂ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

ସୁବର୍ଣ୍ଣପୁରରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ – ସମୀକ୍ଷା

ବୈଠକର ନିଷ୍ପତ୍ତି ଅନୁସାରେ, ଆସନ୍ତା ଅକ୍ଟୋବର ୧ ତାରିଖରେ ଜିଲ୍ଲା ତଥା ବ୍ଲକ ସ୍ତରରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ବ୍ୟାପକ ଭାବେ ପାଳନ କରାଯିବ। ଏହି ଅବସରରେ ଯୋଗ ଶିବିର, ବୃକ୍ଷରୋପଣ, ସ୍ୱାସ୍ଥ୍ୟ ଶିବିର, ଶିକ୍ଷାନୁଷ୍ଠାନଗୁଡ଼ିକରେ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହ ଜିଲ୍ଲାର ପ୍ରମୁଖ ବରିଷ୍ଠ ନାଗରିକମାନଙ୍କୁ ସମ୍ମାନିତ କରାଯିବା ପାଇଁ ସ୍ଥିର କରାଯାଇଛି।ସଭା ଶେଷରେ ତରଭା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ପ୍ରଭାସ କର୍ଣ୍ଣ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ସୁବର୍ଣ୍ଣପୁରରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପାରାଦୀପ ବନ୍ଦର ପ୍ରଶାସନିକ ଗେଟରେ ଧାରଣା ଦେଲ ବିଶ୍ୱକର୍ମା ପୂଜା କୁ ଆସିଥିବା ଉଠା ବ୍ୟବସାଇ