ମୁଖ୍ୟ ବିଷୟକୁ ଯାଆନ୍ତୁ
ବୁଧବାର, ୨୧ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ବଲାଙ୍ଗୀର ମାଲକାନଗିରି ନୂଆପଡ଼ା ଗଞ୍ଜାମ

ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ବଡ଼ସାହି/ ସମୀକ୍ଷା ନ୍ୟୁଜ:

୨୨/୯/୨୬ – ଆସନ୍ତା ଅକ୍ଟୋବର ୨୭ ଏବଂ ୨୮ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସିବାର କାର୍ଯ୍ୟକ୍ରମ ନେଇ ମୟୂରଭଞ୍ଜ ଲୋକସଭା ସାଂସଦ ନବ ଚରଣ ମାଝୀ ଏକ ସୂଚନା ଦେଇଥିବା ଜଣାପଡିଛି । ତାଙ୍କ ସୂଚନା ଅନୁସାରେ, ନିଜ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାରେ ଆୟୋଜିତ ହେବାକୁ ଥିବା ଏକ ମେଗା ଚକ୍ଷୁ ପରୀକ୍ଷା ଶିବିରରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଜଣାପଡିଛି ।

ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି – ସମୀକ୍ଷା

ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ଏହି ବିଶାଳ ଚକ୍ଷୁ ଚିକିତ୍ସା ଶିବିର ଆୟୋଜିତ ହେବାର କାର୍ଯ୍ୟକ୍ରମ ରହିଛି । ନୂଆଦିଲ୍ଲୀରୁ ପ୍ରାୟ ବରିଷ୍ଠ ଚକ୍ଷୁ ବିଶେଷଜ୍ଞ ସମୂହ ସାମିଲ ହୋଇ ଲୋକମାନଙ୍କୁ ମାଗଣାରେ ସ୍ୱାସ୍ଥ୍ୟ ସେବା ଯୋଗାଇଦେବେ ବୋଲି ଜଣାପଡିଛି । ଉକ୍ତ ଶିବିର ଅକ୍ଟୋବର ୨୬ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ରାଷ୍ଟ୍ରପତି ଅକ୍ଟୋବର ୨୭ ତାରିଖରେ ଏହି ଶିବିରରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ନେଇ ସାଂସଦ ସୂଚନା ଦେଇଛନ୍ତି । ରାଷ୍ଟ୍ରପତି ନିଜର ଦୁଇ ଦିନିଆ ଗସ୍ତ ସାରି ଅକ୍ଟୋବର ୨୮ ତାରିଖରେ ପୁଣିଥରେ ନୂଆଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଥିବା ଜଣାପଡିଛି । ତେବେ ଏନେଇ ଅଧିକ ସୂଚନା ମିଳିନାହିଁ

ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି – ସମୀକ୍ଷା

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
PM Narendra Modi participates in Vijayadashami celebrations at Indraprastha Ramleela Ground. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓPM Narendra Modi participates in Vijayadashami celebrations at Indraprastha Ramleela Ground.YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବିକାଶ ନଗର, ରାଇରଙ୍ଗପୁର ଠାରେ ୟୁନିଟ୍ ରନ୍ କ୍ୟାଣ୍ଟିନ୍‌ (URC)ର ଶୁଭାରମ୍ଭ