ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ବରଗଡ଼ରେ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଜିଲ୍ଲାସ୍ତରୀୟ କୁଇଜ୍ ପ୍ରତିଯୋଗିତା ଆୟୋଜିତ

ବରଗଡ଼ରେ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଜିଲ୍ଲାସ୍ତରୀୟ କୁଇଜ୍ ପ୍ରତିଯୋଗିତା ଆୟୋଜିତ – ସମୀକ୍ଷା ଖବର

ସାନନ୍ଦ ମହାପାତ୍ର/ ସ୍ଵତନ୍ତ୍ର ପ୍ରତିନିଧ/ ବରଗଡ / ସମୀକ୍ଷା ନିଉଜ :

ବରଗଡ଼: ବିଶ୍ୱ ପର୍ଯ୍ୟଟନ ଦିବସ-୨୦୨୬ ଅବସରରେ ବରଗଡ଼ ଜିଲ୍ଲା ପ୍ରଶାସନ ଓ ପର୍ଯ୍ୟଟନ ବିଭାଗର ମିଳିତ ସହଯୋଗରେ ଏକ ଜିଲ୍ଲାସ୍ତରୀୟ କୁଇଜ୍ ପ୍ରତିଯୋଗିତା ବରଗଡ଼ସ୍ଥିତ ଉଦ୍ୟାନ କୃଷି ଭବନ ସମ୍ମିଳନୀ କକ୍ଷଠାରେ ସଫଳତାର ସହ ଆୟୋଜିତ ହୋଇଯାଇଛି। ଚଳିତ ବର୍ଷର ମୁଖ୍ୟ ବିଷୟବସ୍ତୁ “ଡିଜିଟାଲ୍ ଏଜେଣ୍ଡା ଏଣ୍ଡ୍ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଟୁ ରିଡିଜାଇନ୍ ଟୁରିଜିମ୍” (Digital Agenda and Artificial Intelligence to Redesign Tourism) କୁ ଆଧାର କରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବ୍ୟାପକ ଉତ୍ସାହ ଓ ଉଦ୍ଦୀପନା ସହ ଅଂଶଗ୍ରହଣ କରିଥିଲେ। କାଳାପାଣିସ୍ଥିତ ଗାନ୍ଧୀ ମେମୋରିଆଲ୍ କଲେଜର ଇଂରାଜୀ ଅଧ୍ୟାପିକା ଶ୍ରୀମତୀ ସୁଷମା ଦାଶ କୁଇଜ୍ ମାଷ୍ଟର ଭାବେ ଯୋଗଦେଇ ସୁଚାରୁ ରୂପେ ପ୍ରତିଯୋଗିତା ସଞ୍ଚାଳନ କରିଥିଲେ।

ବରଗଡ଼ରେ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଜିଲ୍ଲାସ୍ତରୀୟ କୁଇଜ୍ ପ୍ରତିଯୋଗିତା ଆୟୋଜିତ – ସମୀକ୍ଷା

ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ କଲ୍ୟାଣୀ ଦାଶ (OIS), ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସନତ ପାଢ଼ୀ, ବରଗଡ଼ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଅମ୍ବୁଜାକ୍ଷର ପଧାନ, ଏବଂ ଭେଡେନର ସହକାରୀ ଉଦ୍ୟାନ କୃଷି ଅଧିକାରୀ ଶ୍ରୀମତୀ ସ୍ୱାମିନୀ ଭୋଇ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଡିଜିଟାଲ୍ ପ୍ରଯୁକ୍ତିବିଦ୍ୟା ଓ କୃତ୍ରିମ ବୁଦ୍ଧିମତ୍ତାର ସଫଳ ଉପଯୋଗ ମାଧ୍ୟମରେ ପର୍ଯ୍ୟଟନ କ୍ଷେତ୍ରକୁ ଅଧିକ ଆଧୁନିକ, ସୁଗମ ଓ ଆକର୍ଷଣୀୟ କରିବା ସମ୍ପର୍କରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଜ୍ଞାନ ଓ ସଚେତନତା ବୃଦ୍ଧି କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ବରଗଡ଼ରେ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଜିଲ୍ଲାସ୍ତରୀୟ କୁଇଜ୍ ପ୍ରତିଯୋଗିତା ଆୟୋଜିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସୂଚନା ଓ ଲୋକସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶିକାଙ୍କ ବରଗଡ଼ ଗସ୍ତ