Headlines

ରାଉରକେଲା : ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ

ଲିପିକା ଦାସ /ସ୍ୱତନ୍ତ୍ର ପ୍ରତିନିଧି /ସମୀକ୍ଷା /ରାଉରକେଲା, ୧୨ ଅଗଷ୍ଟ ୨୦୨୬: ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ଵାନ କ୍ରମେ ୮୦ତମ ସ୍ଵାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ତଥା ରାଷ୍ଟ୍ରୀୟ ସଙ୍ଗୀତ ବନ୍ଦେ ମାତରମ୍ ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଦେଶ ବ୍ୟାପୀ ‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନ ଅଧୀନରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହେଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ରାଉରକେଲା ମହାନଗର ନିଗମ ତରଫରୁ ମଧ୍ୟ ଏକ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ସ୍ଥାନୀୟ ଉଦିତନଗର ସ୍ଥିତ ଆମ୍ବେଦକର ଛକରୁ ଅନୁଷ୍ଠିତ ଏହି ଶୋଭାଯାତ୍ରା ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟ ସମ୍ମୁଖରେ ଶେଷ ହୋଇଥିଲା। ରାଉରକେଲା ସହରର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ସ୍ଥାନୀୟ ଜନସାଧାରଣ ଉତ୍ସାହ ଓ ଉଦ୍ଦୀପନାର ସହ ହାତରେ ଜାତୀୟ ପତାକା ଧରି ଦେଶାତ୍ମବୋଧକ ନାରା ଦେଇ ଏହି ଶୋଭାଯାତ୍ରାରେ ସାମିଲ୍ ହୋଇଥିଲେ।

ଏଥିରେ ରାଉରକେଲା ମହାନଗର ନିଗମ ଆୟୁକ୍ତ ସୁଶ୍ରୀ ଦୀନା ଦସ୍ତଗୀରଙ୍କ ସହ ଯୁଗ୍ମ ଆୟୁକ୍ତ ଶ୍ରୀମତୀ ପଲ୍ଲବୀ ନାୟକ, ଉପ ପୌରାୟୁକ୍ତ ଶ୍ରୀମତୀ ଅନୀତା ନାଏକ, ଉପ ପୌରାୟୁକ୍ତ ଶ୍ରୀଯୁକ୍ତ ତରୁଣ କାନ୍ତ, ସହକାରୀ ପୌର ଆୟୁକ୍ତ ଶ୍ରୀ ଅଜିତ କୁମାର ପଟ୍ଟନାୟକଙ୍କ ସହ ଆରଏମସି, ଆରଡିଏର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଏବଂ ସ୍ଥାନୀୟ ଲୋକ ପ୍ରତିନିଧି ଏଥିରେ ସାମିଲ୍ ହୋଇଥିଲେ।

Leave a Reply

Your email address will not be published. Required fields are marked *