ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ – ସମୀକ୍ଷା ଖବର

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର

ପାଟଣା:୨/୧୦,ବିଦ୍ୟାଳୟ ପରିସରରେ ମହାସମାରୋହରେ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ମାଳତୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୀବନ, ଆଦର୍ଶ ଓ ଦେଶ ପ୍ରତି ଅବଦାନକୁ ସ୍ମରଣ କରାଯାଇଥିଲା।
ଏହି ଅବସରରେ କ୍ଲଷ୍ଟର ସଂଯୋଜକ ଜ୍ୟୋତିର୍ମୟ ତ୍ରିପାଠୀ, ତୁରୁମୁଙ୍ଗା କ୍ଲଷ୍ଟର ସଂଯୋଜକ ଲିପ୍ଟନ ସାହୁ, ବିଦ୍ୟାଳୟର ବରିଷ୍ଠ ଶିକ୍ଷକ କମଳାକାନ୍ତ ପତି, ପ୍ରକାଶ କୁମାର ମିଶ୍ର, ସୁଶାନ୍ତ ମହାନ୍ତ, ଚନ୍ଦ୍ରାବତୀ ନାଏକ, ସସ୍ମିତା ନାୟକ, ପ୍ରୀତିମୟୀ ନାଏକ ଓ ମାଧବାନନ୍ଦ ମହାନ୍ତଙ୍କ ସମେତ ପରିଚାଳନା ସମିତିର ସଭ୍ୟସଭ୍ୟା ଉପସ୍ଥିତ ଥିଲେ।ସଭାରେ ମହାତ୍ମା ଗାନ୍ଧୀଙ୍କ ସତ୍ୟ ଓ ଅହିଂସାର ଆଦର୍ଶ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଦେଶପ୍ରେମ ଓ ସରଳ ଜୀବନଶୈଳୀ ବିଷୟରେ ଆଲୋଚନା କରାଯାଇଥିଲା। ଛାତ୍ରଛାତ୍ରୀଙ୍କୁ ଉଭୟ ମହାନ ବ୍ୟକ୍ତିତ୍ୱଙ୍କ ଆଦର୍ଶକୁ ଜୀବନରେ ଅନୁସରଣ କରିବାକୁ ପ୍ରେରଣା ଦିଆଯାଇଥିଲା।

ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବିଳମ୍ବ ନକରି ବଡ଼ସାହିରେ ଜେ ଏମ ଏଫ ସି କୋର୍ଟ ଯଥାଶୀଘ୍ର କାର୍ଯ୍ୟକାରୀ କରିବାକୁ ବ୍ଲକବାସୀଙ୍କ ଦାବି