ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ହୋଲି ହୋମ୍ ବୃଦ୍ଧାଶ୍ରମରେ ଅନ୍ତର୍ଜାତୀୟ ବୟସ୍କ ଦିବସ ପାଳନ

ହୋଲି ହୋମ୍ ବୃଦ୍ଧାଶ୍ରମରେ ଅନ୍ତର୍ଜାତୀୟ ବୟସ୍କ ଦିବସ ପାଳନ – ସମୀକ୍ଷା ଖବର


ତେଜୁରାମ ନାଏକ ସ୍ୱତନ୍ତ୍ର ପ୍ରତିନିଧି ନୂଆପଡା/ସମୀକ୍ଷା ନ୍ୟୁଜ: ତା: ୦୧/୧୦/୨୦୨୬ ରିଖ
ନୂଆପଡା ଜିଲ୍ଲା କୋମନା ବ୍ଲକ କୁରୁମପୁରୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିନାପାଲି ସ୍ଥିତ ହୋଲି ହୋମ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ବୟସ୍କ ଦିବସ ପାଳିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ନବନୀତା ଦାଶ, ବୃଦ୍ଧାଶ୍ରମର କର୍ମଚାରୀଗଣ ଓ ଅଧିକାର ମିତ୍ରଗଣ ଉପସ୍ଥିତ ହୋଇ ନାଲ୍ସା (ବରିଷ୍ଠ ନାଗରିକଙ୍କୁ ଆଇନ ସହାୟତା) ଯୋଜନା, ୨୦୧୬, ପିତା ମାତା ଓ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ତଥା କଲ୍ୟାଣ ଅଧିନିୟମ, ୨୦୦୭, ବରିଷ୍ଠ ନାଗରିକଙ୍କ ଅଧିକାର ରକ୍ଷା ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ୱାରା ଯୋଗାଇ ଦିଆଯାଉଥିବା ମାଗଣା ଆଇନ ସେବା, ସରକାରଙ୍କ ଦ୍ୱାରା ପ୍ରଚଳିତ ବିଭିନ୍ନ ଯୋଜନା ଯଥା ଇନ୍ଦିରା ଗାନ୍ଧୀ ଜାତୀୟ ବାର୍ଦ୍ଧକ୍ୟ ଭତ୍ତା ଯୋଜନା, ବୟସ୍କଙ୍କ ପାଇଁ ଜାତୀୟ ସ୍ୱାସ୍ଥ୍ୟ ସେବା କାର୍ଯକ୍ରମ ଇତ୍ୟାଦି ବିଷୟରେ ଉପସ୍ଥିତ ଆଶ୍ରମର ଅଧିବାସୀ ଓ ଜନସାଧାରଣଙ୍କୁ ସଚେତନ କରିଥିଲେ । କାର୍ଯ୍ୟକ୍ରମ ପରିଶେଷରେ ଫଳ ବଣ୍ଟନ କରାଯାଇଥିଲା l

ହୋଲି ହୋମ୍ ବୃଦ୍ଧାଶ୍ରମରେ ଅନ୍ତର୍ଜାତୀୟ ବୟସ୍କ ଦିବସ ପାଳନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଶିଶୁ ଶ୍ରମମୁକ୍ତ ଗ୍ରାମ ପଞ୍ଚାୟତ ଗଠନ ଲକ୍ଷ୍ୟରେ ନୂଆପଡାରେ ଜିଲ୍ଲାସ୍ତରୀୟ ଟାସ୍କ ଫୋର୍ସ ବୈଠକ