ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ଶ୍ରୀ ବିଦ୍ୟା ବାଟିକା ବିଦ୍ୟାଳୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ଶ୍ରୀ ବିଦ୍ୟା ବାଟିକା ବିଦ୍ୟାଳୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ – ସମୀକ୍ଷା ଖବର

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ: ୯/୧୦

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ଅନ୍ତର୍ଗତ ତୁରୁମୁଙ୍ଗା ପଞ୍ଚାୟତ ସ୍ଥିତ ‘ଶ୍ରୀ ବିଦ୍ୟା ବାଟିକା’ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଉତ୍ସାହର ସହିତ ପାଳିତ ହୋଇଯାଇଛି।ଏହି ଅବସରରେ ବିଦ୍ୟାଳୟର ଛୋଟ ଛୋଟ କୋମଳମତି ଛାତ୍ରଛାତ୍ରୀ ଓ ଶିକ୍ଷକ-ଶିକ୍ଷୟିତ୍ରୀମାନେ ଏକତ୍ରିତ ହୋଇ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଫୋଟୋଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଛାତ୍ରଛାତ୍ରୀମାନଙ୍କୁ ଉତ୍କଳମଣିଙ୍କ ତ୍ୟାଗ, ସମାଜସେବା, ଦେଶଭକ୍ତି ଓ ମହାନ ଆଦର୍ଶ ସମ୍ପର୍କରେ ଅବଗତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ମଧୁସମିତା ସାହୁ, ରଜନନ୍ଦନୀ ଜେନା , ବିନାପାନି ପାଟ୍ରା, ନବାମି ପାଟ୍ରା, ପ୍ରୀତି ନାୟକ, ପ୍ରୀତି ପ୍ରିୟମ୍ବଡା ମହନ୍ତ, ପୁଷ୍ପଞ୍ଜଳି ବନରା, ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

ଶ୍ରୀ ବିଦ୍ୟା ବାଟିକା ବିଦ୍ୟାଳୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର କଲମରେ ଜନସ୍ୱର ହୃଦୟରେ ପକ୍ଷୀ ପ୍ରେମ: ସାମ୍ବାଦିକ ବିଜୟଙ୍କ ନିଆରା ପରିଚୟ