ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

ପୁରୁଣା କଲେଜ ବାରଣ୍ଡାରୁ ଉଦ୍ଧାର ହେଲା ବ୍ୟକ୍ତିଙ୍କ ମୃତଦେହ ମୃତ୍ୟୁର କାରଣ ଖୋଜୁଛି ପୋଲିସ

ପୁରୁଣା କଲେଜ ବାରଣ୍ଡାରୁ ଉଦ୍ଧାର ହେଲା ବ୍ୟକ୍ତିଙ୍କ ମୃତଦେହ ମୃତ୍ୟୁର କାରଣ ଖୋଜୁଛି ପୋଲିସ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ:


ପାରାଦୀପ: ପାରାଦୀପର ପୁରୁଣା କଲେଜ ପରିସରରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତକ ଜଣକ ରଜେଇ ବେହେରା ବୋଲି ଜଣାପଡ଼ିଛି। ତାଙ୍କ ଘର ଗଞ୍ଜାମ ଅଞ୍ଚଳରେ ବୋଲି ସୂଚନା ମିଳିଛି। ସୂଚନା ଅନୁଯାୟୀ, ଆଜି ସକାଳେ ପୁରୁଣା କଲେଜ ପରିସରରେ ରଜେଇ ବେହେରାଙ୍କୁ ବୁଲାବୁଲି କରୁଥିବାର ସ୍ଥାନୀୟ ଲୋକେ ଦେଖିଥିଲେ। ପରେ ସେ କଲେଜ ବାରଣ୍ଡାରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିବା ପରେ ବ୍ୟକ୍ତି ଜଣକଙ୍କ ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲା। ଏହାପରେ ପୋଲିସ ମୃତକଙ୍କ ପରିବାର ସହ ଯୋଗାଯୋଗ କରିବା ସହ ମୃତଦେହକୁ ମେଡିକାଲରେ ରଖିଛି। ମୃତ୍ୟୁର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ହୋଇନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ମୃତକଙ୍କ ପରିବାର ଲୋକେ ପହଞ୍ଚିବା ପରେ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ଜଣାପଡ଼ିଛି।

ପୁରୁଣା କଲେଜ ବାରଣ୍ଡାରୁ ଉଦ୍ଧାର ହେଲା ବ୍ୟକ୍ତିଙ୍କ ମୃତଦେହ ମୃତ୍ୟୁର କାରଣ ଖୋଜୁଛି ପୋଲିସ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବିଜରାଡିହି ଗ୍ରାମରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଓ ନୂଆପଡା ବିଧାୟକଙ୍କ ଯୋଗଦାନ