ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ବଲାଙ୍ଗୀର ମାଲକାନଗିରି ନୂଆପଡ଼ା ଗଞ୍ଜାମ

କଳାହାଣ୍ଡି:ପାଷ୍ଟିକୁଡ଼ି CHCରେ ରୋଗୀଙ୍କୁ ମିଳୁନି ସ୍ୱାସ୍ଥ୍ୟସେବା, ସ୍ଥାନୀୟଙ୍କ ଅଭିଯୋଗ

କଳାହାଣ୍ଡି:ପାଷ୍ଟିକୁଡ଼ି CHCରେ ରୋଗୀଙ୍କୁ ମିଳୁନି ସ୍ୱାସ୍ଥ୍ୟସେବା, ସ୍ଥାନୀୟଙ୍କ ଅଭିଯୋଗ – ସମୀକ୍ଷା ଖବର

ସୁନୀଲ କୁମାର ବିଶି /ସମୀକ୍ଷା ନ୍ୟୁଜ/ଜିଲ୍ଲା ପ୍ରତିନିଧି/କଳାହାଣ୍ଡି ଭବାନୀପାଟଣା : ଜିଲ୍ଲାର ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର (CHC)ରେ ରୋଗୀମାନଙ୍କୁ ଆବଶ୍ୟକ ସ୍ୱାସ୍ଥ୍ୟସେବା ମିଳୁନଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।
ସୂଚନା ମୁତାବକ, ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ପରେ ହସ୍ପିଟାଲର OPD ବନ୍ଦ ହୋଇଯାଇଥିବା ଏବଂ ମେଡିକାଲ୍ ଷ୍ଟାଫ୍‌ମାନେ ସେଠାରୁ ଚାଲିଯାଇଥିବା ଅଭିଯୋଗ ହୋଇଛି। ଫଳରେ ଚିକିତ୍ସା ପାଇଁ ଆସିଥିବା ରୋଗୀମାନେ ହଇରାଣ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି।
ଏହି ଘଟଣା ସମ୍ପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (CDMO)ଙ୍କୁ ପଚାରାଯାଇଥିଲେ ମଧ୍ୟ ଏନେଇ କୌଣସି ପ୍ରତିକ୍ରିୟା ମିଳିନଥିବା ଜଣାପଡ଼ିଛି।
ତେବେ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ନିରବଚ୍ଛିନ୍ନ ଚିକିତ୍ସାସେବା ଯୋଗାଇଦେବା ସହ ଦାୟିତ୍ୱରେ ଅବହେଳା କରୁଥିବା କର୍ମଚାରୀଙ୍କ ବିରୋଧରେ ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
PM Narendra Modi participates in Vijayadashami celebrations at Indraprastha Ramleela Ground. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓPM Narendra Modi participates in Vijayadashami celebrations at Indraprastha Ramleela Ground.YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବନ୍ୟାର ସ୍ଥାୟୀ ପ୍ରତିକାର ପାଇଁ ପ୍ରଶାସନ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର