
ସୁନୀଲ କୁମାର ବିଶି /ସମୀକ୍ଷା ନ୍ୟୁଜ/ଜିଲ୍ଲା ପ୍ରତିନିଧି/କଳାହାଣ୍ଡି ଭବାନୀପାଟଣା : ଜିଲ୍ଲାର ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର (CHC)ରେ ରୋଗୀମାନଙ୍କୁ ଆବଶ୍ୟକ ସ୍ୱାସ୍ଥ୍ୟସେବା ମିଳୁନଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।
ସୂଚନା ମୁତାବକ, ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ପରେ ହସ୍ପିଟାଲର OPD ବନ୍ଦ ହୋଇଯାଇଥିବା ଏବଂ ମେଡିକାଲ୍ ଷ୍ଟାଫ୍ମାନେ ସେଠାରୁ ଚାଲିଯାଇଥିବା ଅଭିଯୋଗ ହୋଇଛି। ଫଳରେ ଚିକିତ୍ସା ପାଇଁ ଆସିଥିବା ରୋଗୀମାନେ ହଇରାଣ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି।
ଏହି ଘଟଣା ସମ୍ପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (CDMO)ଙ୍କୁ ପଚାରାଯାଇଥିଲେ ମଧ୍ୟ ଏନେଇ କୌଣସି ପ୍ରତିକ୍ରିୟା ମିଳିନଥିବା ଜଣାପଡ଼ିଛି।
ତେବେ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ନିରବଚ୍ଛିନ୍ନ ଚିକିତ୍ସାସେବା ଯୋଗାଇଦେବା ସହ ଦାୟିତ୍ୱରେ ଅବହେଳା କରୁଥିବା କର୍ମଚାରୀଙ୍କ ବିରୋଧରେ ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Total Users : 3605