ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ମାଲକାନଗିରି ଗଞ୍ଜାମ ଖୋର୍ଦ୍ଧା

ଜୁନାଗଡ଼ରେ ଜିଲ୍ଲାସ୍ତରୀୟ ଜନଅଭିଯୋଗ ଶୁଣାଣି ଶିବିର: ୩୦ ଅଭିଯୋଗ ଗ୍ରହଣ, ୪ଟିର ତତ୍କାଳ ସମାଧାନ

ଜୁନାଗଡ଼ରେ ଜିଲ୍ଲାସ୍ତରୀୟ ଜନଅଭିଯୋଗ ଶୁଣାଣି ଶିବିର: ୩୦ ଅଭିଯୋଗ ଗ୍ରହଣ, ୪ଟିର ତତ୍କାଳ ସମାଧାନ – ସମୀକ୍ଷା ଖବର

ସମୀକ୍ଷା ବ୍ୟୁରୋ ନ୍ୟୁଜ /କଳାହାଣ୍ଡି

ଭବାନୀପାଟଣା, ୧୨ା୧୦: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ସୋମବାର ଜିଲ୍ଲାସ୍ତରୀୟ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗର ତ୍ୱରିତ ତଥା ଗୁଣାତ୍ମକ ସମାଧାନ ଉଦ୍ଦେଶ୍ୟରେ ଏହି ଶିବିର ଆୟୋଜନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ ଓ ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେଭରକୋଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୌମ୍ୟରଞ୍ଜନ ପ୍ରଧାନ, ଧର୍ମଗଡ଼ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଭର୍ଷିତା ଆଦିକ୍ୟୁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ଜୁନାଗଡ଼ରେ ଜିଲ୍ଲାସ୍ତରୀୟ ଜନଅଭିଯୋଗ ଶୁଣାଣି ଶିବିର: ୩୦ ଅଭିଯୋଗ ଗ୍ରହଣ, ୪ଟିର ତତ୍କାଳ ସମାଧାନ – ସମୀକ୍ଷା

ଶିବିରରେ ମୋଟ ୩୦ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ଓ ୪ଟି ସାମୂହିକ ଅଭିଯୋଗ ରହିଥିଲା। ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୪ଟିର ଘଟଣାସ୍ଥଳରେ ତତ୍କାଳ ସମାଧାନ କରାଯାଇଥିଲା। ଏହାସହ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨ ଜଣ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଭାରତୀୟ ମଜଦୁର ସଂଘ ଦ୍ଵାରା ପରିଚାଳିତ ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ