ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ବଲାଙ୍ଗୀର ମାଲକାନଗିରି ନୂଆପଡ଼ା ଗଞ୍ଜାମ

ଖଡ଼ିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ, ୬୪ଟି ଅଭିଯୋଗ ପଞ୍ଜୀକୃତ

ଖଡ଼ିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ, ୬୪ଟି ଅଭିଯୋଗ ପଞ୍ଜୀକୃତ – ସମୀକ୍ଷା ଖବର

ତେଜୁରାମ ନାଏକ /ସ୍ୱତନ୍ତ୍ର ପ୍ରତିନିଧି /ନୂଆପଡା /ସମୀକ୍ଷା ନ୍ୟୁଜ :୧୨/୧୦:

ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ମୋଟ ୬୪ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ୫୭ଟି ବ୍ୟକ୍ତିଗତ ଓ ୭ଟି ଗୋଷ୍ଠୀଗତ ଅଭିଯୋଗ ଥିଲା। ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜ଼ିଲ୍ଲାପାଳ ସୁର୍ମୀ ସୋରେନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଇଶାନୀ ମିତ୍ର, ବନଖଣ୍ଡ ଅଧିକାରୀ କେନ୍ଦୁପତ୍ର, ଏ. ମାଧବୀଲତା ଏବଂ ଖଡ଼ିଆଳ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ଡେପୁଟି ଜିଲ୍ଲାପାଳ ଶେଖ ନସୀମ ଓ ଖଡ଼ିଆଳ ତହସିଲଦାର ନରସିଂହ ଗଡ଼ବା ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଅଭିଯୋଗ ଶୁଣାଣି ଶିବିର ଅବସରରେ ବ୍ଲକ ପରିସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ସହ ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜିତ ହୋଇଥିଲା।

ଖଡ଼ିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ, ୬୪ଟି ଅଭିଯୋଗ ପଞ୍ଜୀକୃତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜଗତସିଂହପୁର : ଚର୍ଚ୍ଚିକା ବଜାର ପୂଜା ମଣ୍ଡପରେ ଶିବ ପରିବାର