ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ:୨୫ ଜଣ ନୂତନ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ:୨୫ ଜଣ ନୂତନ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ – ସମୀକ୍ଷା ଖବର

ଗୌରୀ ଶଙ୍କର ପଟ୍ଟନାୟକ / ବରିଷ୍ଠ ସାମ୍ବାଦିକ/ ରାୟଗଡା/ ସମୀକ୍ଷା ନ୍ୟୁଜ:

ରାୟଗଡ଼, ତାରିଖ: ୧୪.୧୦.୨୦୨୬: ରାୟଗଡ଼ ସ୍ଥିତ ଅଶୋକ କଲ୍ୟାଣ ମଣ୍ଡପଠାରେ ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଏକ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବିନ୍ଦ୍ରନାଥ କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ରାୟଗଡ଼ ପୌର ପରିଷଦର ଉପାଧ୍ୟକ୍ଷା ଶ୍ରୀମତୀ ଶ୍ରମିତା ପାଢ଼ୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ଏଲିଜାବେଥ ଗରଡ଼ା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଶ୍ରୀକାନ୍ତ କୁମାର ପାଣିଗ୍ରାହୀଙ୍କ ସମେତ ରାୟଗଡ଼ ଭିନ୍ନକ୍ଷମ ମହାସଂଘ ଓ ଓଡ଼ିଶା ବିକଳାଙ୍ଗ ମଞ୍ଚର ବିଭିନ୍ନ ପଦାଧିକାରୀ ଯୋଗଦେଇଥିଲେ। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କହଁର ନିଜ ଅଭିଭାଷଣରେ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ କଲ୍ୟାଣ, ସାମାଜିକ ସୁରକ୍ଷା ଏବଂ ସରକାରୀ ଯୋଜନାର ସୁଫଳ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ପରେ ନୂତନ ଭାବେ ଯୋଗ୍ୟ ବିବେଚିତ ୨୫ ଜଣ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା। ଏହି ପଦକ୍ଷେପ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇବା ସହ ସେମାନଙ୍କ ଜୀବନଧାରଣକୁ ଅଧିକ ସହଜ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ। ଜିଲ୍ଲା ଓ ଉପଖଣ୍ଡ ସାମାଜିକ ସୁରକ୍ଷା ବିଭାଗର କର୍ମକର୍ତ୍ତାମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ସମ୍ପନ୍ନ ହୋଇଥିଲା।

ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ:୨୫ ଜଣ ନୂତନ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପଞ୍ଚାୟତ ନିର୍ବାଚନ ପୂର୍ବରୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ