ଭଗବାନ ମହାନ୍ତି/ ବରିଷ୍ଠ ସାମ୍ବାଦିକ/ ମୁରିବାହାଲ/ ସମୀକ୍ଷା ନ୍ୟୁଜ:
ମୁରିବାହାଲ, ତା ୧୪/୧୦/୨୬ ବଲାଙ୍ଗୀର ଜିଲ୍ଲା ମୁରିବାହାଲ ମିଶନ ଶକ୍ତି ଭବନଠାରେ ବୁଧବାର ମମତା-ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ଉପରେ ପ୍ରକଳ୍ପ ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁରିବାହାଲ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସିଡିପିଓ ପୂର୍ଣ୍ଣିମା ବୈଠାରୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କ୍ଷେତ୍ର ପରିଦର୍ଶିକା (ସୁପରଭାଇଜର) ଓ ଅଙ୍ଗନୱାଡ଼ି କର୍ମୀମାନଙ୍କୁ ଯୋଜନା ସମ୍ପର୍କରେ ବିସ୍ତୃତ ତାଲିମ ପ୍ରଦାନ କରାଯାଇଥିଲା। ତାଲିମରେ ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପଞ୍ଜୀକରଣ, ଆର୍ଥିକ ସହାୟତା ପ୍ରଦାନ ପ୍ରକ୍ରିୟା, ମୋବାଇଲ ଆପ୍ ମାଧ୍ୟମରେ ତଥ୍ୟ ଅପଲୋଡ୍ ଏବଂ ଯୋଜନାର ନୂତନ ମାର୍ଗଦର୍ଶିକା ବିଷୟରେ ବୁଝାଇ ଦିଆଯାଇଥିଲା। ଯୋଜନାର ଲାଭ ଯେପରି ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ ସେ ନେଇ ଗୁରୁତ୍ୱାରୋପ କରାଯାଇଥିଲା।






