
ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର:17/10/2026: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ସ୍ବାଗତ କରିଛନ୍ତି। ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି।






