ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ଗଞ୍ଜାମ ଖୋର୍ଦ୍ଧା ପୁରୀ

ରାୟଗଡ଼ା ଦ୍ୱିତୀୟ କ୍ଲଷ୍ଟରରେ ସୁରଭି ଉତ୍ସବ: ୧୪ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା

ରାୟଗଡ଼ା ଦ୍ୱିତୀୟ କ୍ଲଷ୍ଟରରେ ସୁରଭି ଉତ୍ସବ: ୧୪ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା – ସମୀକ୍ଷା ଖବର

ଗୌରୀ ଶଙ୍କର ପଟ୍ଟନାୟକ / ବରିଷ୍ଠ ସାମ୍ବାଦିକ/ ରାୟଗଡା/ ସମୀକ୍ଷା ନ୍ୟୁଜ:

ରାୟଗଡ଼ା ପୌରାଞ୍ଚଳର ଦ୍ୱିତୀୟ କ୍ଲଷ୍ଟରସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ବୁଧବାର ସ୍ଥାନୀୟ ବ୍ରାହ୍ମଣ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ କ୍ଲଷ୍ଟର ଅଧୀନରେ ଥିବା ୧୪ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।

ଉଦ୍‌ଘାଟନୀ ଉତ୍ସବରେ ପିଏମ୍‌ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନମିତା ପଧାନ, ଜିବିଏମ୍‌ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିହାରିକା ବିଡ଼ିକା, ସ୍ଥାନୀୟ କାଉନସିଲର ଶୁଭ୍ରା ପଣ୍ଡା, ବ୍ରାହ୍ମଣ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପଦ୍ମଲତା ମିଶ୍ର ଏବଂ ସିଆର୍‌ସିସି ପୁରନ୍ଦର ପାଣି ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନେ ବିଭିନ୍ନ ବର୍ଗର ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜର ଦକ୍ଷତା ଓ ସୃଜନଶୀଳତା ପ୍ରଦର୍ଶନ କରିଥିଲେ। ପରବର୍ତ୍ତୀ ସମୟରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ସୁରଭି ମଞ୍ଚ ଉତ୍ସବମୁଖର ହୋଇଉଠିଥିଲା। ଉଦ୍‌ଯାପନୀ ଉତ୍ସବରେ ଅତିଥିମାନେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଶିକ୍ଷାର୍ଥୀଙ୍କୁ ପ୍ରମାଣପତ୍ର ସହ ପୁରସ୍କୃତ କରିଥିଲେ। ଏଥିସହ ଉପସ୍ଥିତ ସମସ୍ତ ଅତିଥି ଓ ପ୍ରଧାନ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା।

ରାୟଗଡ଼ା ଦ୍ୱିତୀୟ କ୍ଲଷ୍ଟରରେ ସୁରଭି ଉତ୍ସବ: ୧୪ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା – ସମୀକ୍ଷା

ଶିକ୍ଷକ ଅରୁଣ ଆଚାର୍ଯ୍ୟ ମଞ୍ଚ ପରିଚାଳନା କରିଥିବାବେଳେ କାର୍ଯ୍ୟକ୍ରମର ସଫଳ ଆୟୋଜନରେ କ୍ଲଷ୍ଟରର ଶିକ୍ଷକ-ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ। କ୍ଲଷ୍ଟରସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଶିକ୍ଷାର୍ଥୀମାନେ ଆଗାମୀ ଦିନରେ ବ୍ଲକ୍‌ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ବୋଲି ସିଆର୍‌ସିସି ପୁରନ୍ଦର ପାଣି ସୂଚନା ଦେଇଛନ୍ତି।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଇନ୍ଦିରା ନଗର ଉ ପ୍ରା ବିଦ୍ୟାଳୟରେ ବିଦାୟୀ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା