ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧୨ ମିନିଟ ପୂର୍ବେPradhaniguda Industrial Training Institute: ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପ୍ରଧାନୀଗୁଡାର ସମାବର୍ତ୍ତନ ଉତ୍ସବ ୧୭ ମିନିଟ ପୂର୍ବେMalkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ୨୧ ମିନିଟ ପୂର୍ବେShaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ ୪୪ ମିନିଟ ପୂର୍ବେNaveen & Pandian’s foreign visit investigation: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୧ ଘଣ୍ଟା ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୧ ଘଣ୍ଟା ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୨ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୨ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୨ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୨ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ମାଲକାନଗିରି ବରଗଡ଼ କେନ୍ଦୁଝର

ଖଜୁରୀପଡ଼ାରେ ମହାଆଡ଼ମ୍ବରରେ ପାଳିତ ହେଲା ଦୁର୍ଗାପୂଜା ଓ ବିଜୟା ଦଶମୀ

ଖଜୁରୀପଡ଼ାରେ ମହାଆଡ଼ମ୍ବରରେ ପାଳିତ ହେଲା ଦୁର୍ଗାପୂଜା ଓ ବିଜୟା ଦଶମୀ – ସମୀକ୍ଷା ଖବର

ଅଚ୍ୟୁତ ଜାନୀ/ବିଶେଷ ପ୍ରତିନିଧି/କନ୍ଧମାଳ/ସମୀକ୍ଷା ନ୍ୟୁଜ:

କନ୍ଧମାଳ ଜିଲ୍ଲାର ଖଜୁରୀପଡ଼ା ବଜାରରେ ବଣିକ ସଂଘ ପକ୍ଷରୁ ଦୁର୍ଗାପୂଜା ଓ ପବିତ୍ର ବିଜୟା ଦଶମୀ ତଥା ଦଶହରା ପର୍ବ ମହାଆଡ଼ମ୍ବର ଓ ଭକ୍ତିମୟ ପରିବେଶରେ ପାଳିତ ହୋଇଯାଇଛି। ବଣିକ ସଂଘର ସଭାପତି ମନୋଜ କୁମାର ପଣ୍ଡା ଓ ସମ୍ପାଦକ ରଈକିଶୋର ପ୍ରଧାନଙ୍କ ନେତୃତ୍ୱରେ ଆୟୋଜିତ ଏହି ପୂଜା କାର୍ଯ୍ୟକ୍ରମରେ ସଂଘର ସମସ୍ତ ସଦସ୍ୟ ଓ ସଦସ୍ୟା ସହଯୋଗ କରିଥିଲେ। ପାରମ୍ପରିକ ରୀତିନୀତି ଓ ବିଧିବିଧାନ ଅନୁଯାୟୀ ସୋମବାର ଅପରାହ୍ନରେ ଶୁଭ କଳସ ସ୍ଥାପନ କରାଯାଇଥିବା ବେଳେ ମଙ୍ଗଳବାର ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା ଓ ଆରାଧନା କରାଯାଇଥିଲା। ମା’ଙ୍କ ଦର୍ଶନ ଓ ଆଶୀର୍ବାଦ ଲାଭ କରିବା ପାଇଁ ଖଜୁରୀପଡ଼ା ବଜାର ସମେତ ଆଖପାଖ ଅଞ୍ଚଳରୁ ଶହ ଶହ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଫଳରେ ପୂଜାମଣ୍ଡପ ଓ ବଜାର ଅଞ୍ଚଳରେ ଜନଗହଳି ଦେଖିବାକୁ ମିଳିଥିଲା। ଭକ୍ତି ଓ ଉତ୍ସାହର ପରିବେଶ ମଧ୍ୟରେ ଶ୍ରଦ୍ଧାଳୁମାନେ ମା’ଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ସନ୍ଧ୍ୟାରେ ଏକ ପୌରାଣିକ ନାଟକ ମଞ୍ଚସ୍ଥ ହୋଇଥିଲା। ନାଟକରେ ପୌରାଣିକ କାହାଣୀ ଓ ଧାର୍ମିକ ଭାବଧାରାକୁ ଉପସ୍ଥାପନ କରାଯାଇଥିବା ବେଳେ ଉପସ୍ଥିତ ଦର୍ଶକମାନେ ଏହାକୁ ଉପଭୋଗ କରିଥିଲେ। ପୂଜା ସହ ନାଟକ ପରିବେଷଣ ଉତ୍ସବର ଆକର୍ଷଣ ବୃଦ୍ଧି କରିଥିଲା ।ଅନ୍ୟପକ୍ଷରେ, ପୂଜା ଓ ଦଶହରା ଅବସରରେ ହୋଇଥିବା ଜନଗହଳିକୁ ଦୃଷ୍ଟିରେ ରଖି ଖଜୁରୀପଡ଼ା ଥାନା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଥାନା ଅଧିକାରୀ ଚପଧାରୀ ପ୍ରଧାନଙ୍କ ନେତୃତ୍ୱରେ ପୋଲିସ କର୍ମଚାରୀମାନେ ଭିଡ଼ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ଦିଗରେ ନିୟୋଜିତ ରହିଥିଲେ।ବଣିକ ସଂଘର ସଦସ୍ୟମାନଙ୍କ ସମନ୍ୱୟ ଓ ସହଯୋଗରେ ପୂଜା କାର୍ଯ୍ୟକ୍ରମ ସୁରୁଖୁରୁରେ ସମ୍ପନ୍ନ ହୋଇଥିଲା। ଧାର୍ମିକ ଆସ୍ଥା, ପାରମ୍ପରିକ ପରମ୍ପରା ଓ ସାମାଜିକ ସଦ୍‌ଭାବର ବାର୍ତ୍ତା ନେଇ ଖଜୁରୀପଡ଼ାରେ ଦୁର୍ଗାପୂଜା ଓ ବିଜୟା ଦଶମୀ ପର୍ବ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଥିଲା।

ଖଜୁରୀପଡ଼ାରେ ମହାଆଡ଼ମ୍ବରରେ ପାଳିତ ହେଲା ଦୁର୍ଗାପୂଜା ଓ ବିଜୟା ଦଶମୀ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବରଗଡ଼ ସହରର ପଡ଼ା ପଡ଼ାରେ ଧୂମଧାମରେ ପାଳିତ ହେଲା ଦୁର୍ଗାପୂଜା: ଭକ୍ତଙ୍କ ଭିଡ଼ ଓ ଆକର୍ଷଣୀୟ ତୋରଣ