ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୯ ମିନିଟ ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୩୬ ମିନିଟ ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୪୬ ମିନିଟ ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୧ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୧ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୧ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୨ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୨ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୨ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ରାୟଗଡ଼ା ନୟାଗଡ଼ ବରଗଡ଼ କେନ୍ଦୁଝର ଖୋର୍ଦ୍ଧା

ଦୁର୍ନୀତି ନିବାରଣ ସପ୍ତାହ ପାଳନ ନେଇ ମାଲକାନଗିରି ଜିଲ୍ଲା ପରିଷଦରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଦୁର୍ନୀତି ନିବାରଣ ସପ୍ତାହ ପାଳନ ନେଇ ମାଲକାନଗିରି ଜିଲ୍ଲା ପରିଷଦରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ /ମାଲକାନଗିରି:୨୪/୧୦/୨୬

ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଆସନ୍ତା ଅକ୍ଟୋବର ୨୬ ରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ସାଧୁତାରୁ ସମୃଦ୍ଧି ବିଷୟବସ୍ତୁକୁ ନେଇ ଜିଲ୍ଲାବ୍ୟାପୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହେବ। ଏହି ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦାଶରଥି ସରାବୁ, ଉପ-ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ, ଭିଜିଲାନ୍ସ ଡିଏସପି ସଦାନନ୍ଦ ପାଣିଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।ବୈଠକରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ କହିଛନ୍ତି ସଚ୍ଚୋଟତା ଏବଂ ପାରଦର୍ଶିତା ହେଉଛି ପ୍ରଶାସନର ମୁଖ୍ୟ ଆଧାର। ସରକାରୀ ସେବାକୁ ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ କରିବା ସହ ଜନସାଧାରଣଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ନିଷ୍ଠାର ସହ କାର୍ଯ୍ୟ କରିବା ଆବଶ୍ୟକ।ସୂଚନାଯୋଗ୍ୟ ଯେ, ଅକ୍ଟୋବର ୨୭ ତାରିଖ ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସିଧାସଳଖ ସଦ୍ଭାବନା ଓ ନିଷ୍ଠା ଶପଥ ପାଠ କରାଇବେ। ଏଥିପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଭିସି ହଲ୍ ଏବଂ ସମସ୍ତ ବ୍ଲକ ଭିଡିଓ କନଫରେନ୍ସ ହଲରେ ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଶପଥ ଗ୍ରହଣ କରିବେ।ଏତଦ୍‌ବ୍ୟତୀତ, ଆସନ୍ତା ଅକ୍ଟୋବର ୩୧ ତାରିଖ ପୂର୍ବାହ୍ନ ୧୦.୩୦ ମିନିଟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ସଭା ଅନୁଷ୍ଠିତ ହେବ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ପ୍ରବନ୍ଧ, ତର୍କ ଏବଂ କାର୍ଟୁନ୍-ସହିତ-କ୍ୟାପସନ୍ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯିବ।

ଦୁର୍ନୀତି ନିବାରଣ ସପ୍ତାହ ପାଳନ ନେଇ ମାଲକାନଗିରି ଜିଲ୍ଲା ପରିଷଦରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଏସ୍‌ବିଆଇ ମାଲକାନଗିରି ପକ୍ଷରୁ ଅରାତି ସୋଡ଼ିଙ୍କୁ ୨ ଲକ୍ଷ ପିଏମ୍‌ଏସ୍‌ବିୱାଇ ବୀମା ଦାବି ରାଶି ପ୍ରଦାନ