ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧୦ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୨୭ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୪୪ ମିନିଟ ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୫୪ ମିନିଟ ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା ୨ ଘଣ୍ଟା ପୂର୍ବେNagabali development has not reached the other side: ନାଗାବଳୀ ଆରପାରିରେ ବିକାଶ ନପହଞ୍ଚାଇବା ଦୁଃଖ ଦାୟକ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

ଗଭୀର ଅବପାତର ରୂପ ନେଲା ଅବପାତ, ୨୮ରେ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଛୁଇଁବ ସ୍ଥଳଭାଗ

ଗଭୀର ଅବପାତର ରୂପ ନେଲା ଅବପାତ, ୨୮ରେ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଛୁଇଁବ ସ୍ଥଳଭାଗ – ସମୀକ୍ଷା ଖବର

ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର:

ବଙ୍ଗୋପସାଗରରେ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ସୋମବାର ସକାଳ ସୁଦ୍ଧା ଏକ ବାତ୍ୟାର ରୂପ ନେବାର ସମ୍ଭାବନୀ ରହିଛି । ଏହା ସୋମବାର ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ଅର୍ଣ୍ଣବର ରୂପ ନେବ। ପରବର୍ତ୍ତୀ ସମୟରେ ଭୀଷଣ ବାତ୍ୟରେ ପରିଣତ ହୋଇ ୨୮ ତାରିଖ ସକାଳେ ସ୍ଥଳଭାଗ ଛୁଇଁବ ଅର୍ଣ୍ଣବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।ସମ୍ଭାବ୍ୟ ବାତ୍ୟାଟି ଆନ୍ଧ୍ରପ୍ରଦେଶ ଉପକୂଳ ବାପଟ୍ଲା ଏବଂ ବିଶାଖାପଟନମ୍ ମଧ୍ୟରେ ଅତିକ୍ରମ କରିବା ନେଇ ଆଇଏମଡି ଆକଳନ କରିଛି । ବଙ୍ଗୋପସାଗରରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଏହା ୨୭ ରୁ ୨୮ ତାରିଖ ମଧ୍ୟରେ ଏକ ଅଧିକ ଶକ୍ତିଶାଳୀ ଭୟଙ୍କର ବାତ୍ୟାର ରୂପ ନେଇପାରେ । ସମୁଦ୍ର ଅଶାନ୍ତ ରହିଥିବାରୁ ବର୍ତ୍ତମାନ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ରହିଥିବା ବେଳେ ଝଟକା ପବନ ବେଗ ୭୦ କିଲୋମିଟର ରହିଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ ରୁ ୧୨୫ କିଲୋମିଟର ରହିବ। ଏପରିକି ୧୪୦ କିଲୋମିଟର ପର୍ଯ୍ୟନ୍ତ ଝଟକା ପବନ ହେବାର ସମ୍ଭାବନା ରହିଛି ।

ବାତ୍ୟା ପ୍ରଭାବରେ ଓଡିଶାର ୫ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ରାୟଗଡ଼ା, ଗଜପତି, ମାଲକାନଗିରି ଏବଂ ଗଞ୍ଜାମ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୬୦ ରୁ ୭୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ ।

ଗଭୀର ଅବପାତର ରୂପ ନେଲା ଅବପାତ, ୨୮ରେ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଛୁଇଁବ ସ୍ଥଳଭାଗ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବାତ୍ୟା ଅର୍ଣ୍ଣବ ମୁକାବିଲା: ମାଲକାନଗିରିରେ ପ୍ରଶାସନିକ ତତ୍ପରତା