ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧ ମିନିଟ ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ ୧୦ ମିନିଟ ପୂର୍ବେBargarh Anganwadi workers outrage over the CDPO’s arbitrary: ସିଡିପିଓଙ୍କ ମନମୁଖୀ କାର୍ଯ୍ୟ ଓ ନିମ୍ନମାନର ପୋଷାକ ଯୋଗାଣକୁ ନେଇ ତାତିଲେ ବରଗଡ଼ ଅଙ୍ଗନୱାଡି କର୍ମୀ ଓ ସହାୟିକା ୧୩ ମିନିଟ ପୂର୍ବେChief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ ୧୬ ମିନିଟ ପୂର୍ବେRairangpur Postal Division: ରାଇରଙ୍ଗପୁର ଡାକମଣ୍ଡଳ ପକ୍ଷରୁ ସ୍ପର୍ଶ ଛାତ୍ରବୃତ୍ତି ଓ କର୍ମଚାରୀ ପୁରସ୍କାର ଘୋଷଣା ୨୦ ମିନିଟ ପୂର୍ବେCo-education system is failing: ବିଫଳ ହେଉଛି ସହଶିକ୍ଷା ବ୍ୟବସ୍ଥା, ସାଇଁକୁଳାରେ ରହିଛି ପୁଅ, ଝିଅଙ୍କ ପାଇଁ ପୃଥକ ପ୍ରାଥମିକ ବିଦ୍ୟାଳୟ ୨୪ ମିନିଟ ପୂର୍ବେObservance Annual Mines Safety : ଗୋରୁମହିଷାଣି ଲୌହଖଣିର ୪୪ତମ ବାର୍ଷିକ ଖଣି ସୁରକ୍ଷା ପକ୍ଷ ପାଳନ ୨୯ ମିନିଟ ପୂର୍ବେYoung Generation Online Gambling: ଅନ୍‌ଲାଇନ୍ ଜୁଆ ନିଶାରେ ସର୍ବସ୍ୱାନ୍ତ ଯୁବପିଢ଼ି ୫୫ ମିନିଟ ପୂର୍ବେChild Marriage Awareness : ଶୁଲ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲ୍ୟବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ୧ ଘଣ୍ଟା ପୂର୍ବେNuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ୧୫ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୂଆପଡ଼ା ମାଲକାନଗିରି ଖୋର୍ଦ୍ଧା ବରଗଡ଼ କେନ୍ଦୁଝର

ଅର୍ଣ୍ଣବ ପ୍ରଭାବରେ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି

ଅର୍ଣ୍ଣବ ପ୍ରଭାବରେ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି – ସମୀକ୍ଷା ଖବର

ଅବିନାଶ ଗଡତିଆ /ବରଗଡ /ସମୀକ୍ଷା ନ୍ୟୁଜ:

ବାତ୍ୟା ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍ କରିଥିଲେ ମଧ୍ୟ ଏହାର ବାହ୍ୟ ବଳୟ ପ୍ରଭାବରେ ବରଗଡ଼ ସମେତ ଆଖପାଖ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପାଣିପାଗରେ ବ୍ୟାପକ ପରିବର୍ତ୍ତନ ଦେଖାଦେଇଛି। ଭାରତୀୟ ପାଣିପାଗ ବିଭାଗ ର ସୂଚନା ଅନୁଯାୟୀ ଅକ୍ଟୋବର ୨୮ ବରଗଡ଼ ଜିଲ୍ଲାର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଆସନ୍ତାକାଲି ଅକ୍ଟୋବର ୨୯ ମଧ୍ୟ ଜିଲ୍ଲାରେ ଲଗାତାର ବର୍ଷା ଜାରି ରହିପାରେ। ବର୍ଷା ସହିତ ଜିଲ୍ଲାରେ ବଜ୍ରପାତ ଏବଂ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ଅଛି, ଯାହା କେତେକ ସ୍ଥାନରେ ୬୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ଚାଷୀଙ୍କ ପାଇଁ ସତର୍କ ସୂଚନା ବରଗଡ଼ ହେଉଛି ଓଡ଼ିଶାର ଭାତହାଣ୍ଡି ଏବଂ ଏହି ସମୟରେ ଧାନ ଚାଷ ଅନ୍ତିମ ପର୍ଯ୍ୟାୟରେ ରହିଥାଏ। ତେଣୁ ସରକାରଙ୍କ କୃଷି ବିଭାଗ ପକ୍ଷରୁ ବରଗଡ଼ର ଚାଷୀମାନଙ୍କୁ ସେମାନଙ୍କର ୮୦-୮୫% ପାକଳ ହୋଇଯାଇଥିବା ଧାନ କିମ୍ବା ଅନ୍ୟାନ୍ୟ ଫସଲକୁ ଶୀଘ୍ର କାଟି ସୁରକ୍ଷିତ ସ୍ଥାନରେ ରଖିବାକୁ ପରାମର୍ଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁଁ ଜିଲ୍ଲାର କିଛି ତଳିଆ ଅଞ୍ଚଳରେ ଏବଂ ସହରର ଡ୍ରେନେଜ୍ ସମସ୍ୟା ଥିବା ସ୍ଥାନରେ ସାମାନ୍ୟ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ। ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ଲକ୍ ଓ ତହସିଲ ସ୍ତରରେ କଣ୍ଟ୍ରୋଲ ରୁମ୍‌କୁ ସକ୍ରିୟ କରାଯାଇଛି ଏବଂ ସ୍ଥିତି ଉପରେ ନଜର ରଖାଯାଇଛି। ସ୍ଥାନୀୟ ଲୋକଙ୍କୁ ବର୍ଷା ଓ ପବନ ସମୟରେ ବାହାରକୁ ନବାହାରିବାକୁ ଏବଂ ବଜ୍ରପାତରୁ ରକ୍ଷା ପାଇବା ପାଇଁ ସୁରକ୍ଷିତ ଆଶ୍ରୟସ୍ଥଳରେ ରହିବାକୁ କୁହାଯାଇଛି।

ଅର୍ଣ୍ଣବ ପ୍ରଭାବରେ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ