ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧ ମିନିଟ ପୂର୍ବେChief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ ୪ ମିନିଟ ପୂର୍ବେRairangpur Postal Division: ରାଇରଙ୍ଗପୁର ଡାକମଣ୍ଡଳ ପକ୍ଷରୁ ସ୍ପର୍ଶ ଛାତ୍ରବୃତ୍ତି ଓ କର୍ମଚାରୀ ପୁରସ୍କାର ଘୋଷଣା ୮ ମିନିଟ ପୂର୍ବେCo-education system is failing: ବିଫଳ ହେଉଛି ସହଶିକ୍ଷା ବ୍ୟବସ୍ଥା, ସାଇଁକୁଳାରେ ରହିଛି ପୁଅ, ଝିଅଙ୍କ ପାଇଁ ପୃଥକ ପ୍ରାଥମିକ ବିଦ୍ୟାଳୟ ୧୨ ମିନିଟ ପୂର୍ବେObservance Annual Mines Safety : ଗୋରୁମହିଷାଣି ଲୌହଖଣିର ୪୪ତମ ବାର୍ଷିକ ଖଣି ସୁରକ୍ଷା ପକ୍ଷ ପାଳନ ୧୭ ମିନିଟ ପୂର୍ବେYoung Generation Online Gambling: ଅନ୍‌ଲାଇନ୍ ଜୁଆ ନିଶାରେ ସର୍ବସ୍ୱାନ୍ତ ଯୁବପିଢ଼ି ୪୩ ମିନିଟ ପୂର୍ବେChild Marriage Awareness : ଶୁଲ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲ୍ୟବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ୫୦ ମିନିଟ ପୂର୍ବେNuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ୧୫ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧୫ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୫ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୂଆପଡ଼ା ମାଲକାନଗିରି ଖୋର୍ଦ୍ଧା କେନ୍ଦୁଝର ବରଗଡ଼

ଆନ୍ଧ୍ରରେ ମାଡ ହେଲା ଭୀଷଣ ବାତ୍ୟା ଅର୍ଣ୍ଣବ: କାକିନାଡ଼ା ଉପକୂଳରେ ସମୁଦ୍ରର ତାଣ୍ଡବ

ଆନ୍ଧ୍ରରେ ମାଡ ହେଲା ଭୀଷଣ ବାତ୍ୟା ଅର୍ଣ୍ଣବ: କାକିନାଡ଼ା ଉପକୂଳରେ ସମୁଦ୍ରର ତାଣ୍ଡବ – ସମୀକ୍ଷା ଖବର

ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଖୋରଧା:

ଖୋରଧା ୨୮/୧୦/୨୬ ଭାରତୀୟ ପାଣିପାଗ ବିଭାଗ (IMD) ର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟ ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ପ୍ରକ୍ରିୟା ଜାରି ରହିଛି। ଉପକୂଳ ନିକଟରେ ଏହି ବାତ୍ୟାଟି ପ୍ରାୟ ସ୍ଥିର ରହିବା କାରଣରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଦୀର୍ଘ ସମୟ ଧରି ଚାଲୁ ରହିଥିଲା । ଏହି ସମୟରେ ଘଣ୍ଟାପ୍ରତି ୧୨୫ ରୁ ୧୩୫ କିଲୋମିଟର ବେଗରେ ପବନ ବହୁଥିବା ବେଳେ ଝଟକା ପବନର ବେଗ ୧୫୦ କିମି ପର୍ଯ୍ୟନ୍ତ ରେକର୍ଡ କରାଯାଇଛି। ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଉପକୂଳରେ ସମୁଦ୍ରର କରାଳ ରୂପ ଦେଖିବାକୁ ମିଳିଛି l ପ୍ରବଳ ପବନ ସାଙ୍ଗକୁ ଉଚ୍ଚ ଉଚ୍ଚ ଜୁଆର ମାଡ଼ରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ବିପଦଜନକ ପରିସ୍ଥିତି ।ପାଣିପାଗ ବିଭାଗ ଅନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ୧:୨୦ ସମୟରେ ବାତ୍ୟାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ବାତ୍ୟାଟି ବାପଟଲା ଏବଂ ବିଶାଖାପାଟଣା ମଧ୍ୟବର୍ତ୍ତୀ ଅଞ୍ଚଳ, ବିଶେଷକରି ୟାନାମ୍ ନିକଟ ଦେଇ ସ୍ଥଳଭାଗ ଅତିକ୍ରମ କରୁଛି। ମଛିଲିପଟନମ୍ ରାଡାର୍ ତଥ୍ୟ ଅନୁସାରେ, ଝଡ଼ର କେନ୍ଦ୍ରସ୍ଥଳ ନରସାପୁରଠାରୁ ପ୍ରାୟ ୩୦ କିମି ପୂର୍ବରେ ଏବଂ କାକିନାଡ଼ାଠାରୁ ପ୍ରାୟ ୭୦ କିମି ଦକ୍ଷିଣ-ଦକ୍ଷିଣପଶ୍ଚିମରେ ରହିଥିଲା। ବାତ୍ୟାର ଉତ୍ତର ସ୍ପାଇରାଲ୍ ବ୍ୟାଣ୍ଡ ପୂର୍ବରୁ ହିଁ ସ୍ଥଳଭାଗରେ ପ୍ରବେଶ କରି ତାଣ୍ଡବ ରଚିଛି।ବାତ୍ୟା ପ୍ରଭାବରେ ବିଶାଖାପାଟଣା, ଅନକାପଲ୍ଲୀ, ବିଜୟନଗରମ୍, ଶ୍ରୀକାକୁଲମ୍, କାକିନାଡ଼ା ଏବଂ କୋଣସୀମା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ପ୍ରାୟ ୮୫,୦୦୦ ରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ନିଆଯାଇ ୨୯୦ଟି ବାତ୍ୟା ଆଶ୍ରୟସ୍ଥଳୀରେ ରଖାଯାଇଛି। ଉଦ୍ଧାରକାରୀ ଦଳ ହାଇ ଆଲର୍ଟରେ ରହିଛନ୍ତି।ବାତ୍ୟା ଯୋଗୁଁ ରେଳ ଏବଂ ବିମାନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବହୁ ସଂଖ୍ୟାରେ ଟ୍ରେନ୍ ବାତିଲ କରାଯାଇଛି ଏବଂ ବିମାନ ଚଳାଚଳରେ ବିଭ୍ରାଟ ଘଟିଛି। ସମୁଦ୍ରରେ ପ୍ରାୟ ଦେଢ଼ ମିଟରରୁ ରୁ ଅଢେଇ ମିଟର ଉଚ୍ଚ ଜୁଆର ଆସିବା ଫଳରେ କାକିନାଡ଼ା, ୟାନାମ୍ ଏବଂ ଗୋଦାବରୀ ନଦୀ ମୁହାଣ ନିକଟସ୍ଥ ତଳିଆ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା ରହିଛି। ସ୍ଥଳଭାଗ ଅତିକ୍ରମ କରିବା ପରେ ଏହା ଧୀରେ ଧୀରେ ଦୁର୍ବଳ ହେବ ବୋଲି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି l

ଆନ୍ଧ୍ରରେ ମାଡ ହେଲା ଭୀଷଣ ବାତ୍ୟା ଅର୍ଣ୍ଣବ: କାକିନାଡ଼ା ଉପକୂଳରେ ସମୁଦ୍ରର ତାଣ୍ଡବ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଅର୍ଣ୍ଣବ ପ୍ରଭାବରେ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି