ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୨ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୨ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୨ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୨ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୨ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୩ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୩ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଧୂଷୁରୀ ଥାନା ଅନ୍ତର୍ଗତ କଣ୍ଟିକା ଗାଁରେ ବନ୍ଧୁକ ମୁନରେ ଡକାୟତି

ଧୂଷୁରୀ ଥାନା ଅନ୍ତର୍ଗତ କଣ୍ଟିକା ଗାଁରେ ବନ୍ଧୁକ ମୁନରେ ଡକାୟତି – ସମୀକ୍ଷା ଖବର

ସିଦ୍ଧାର୍ଥ ଶଙ୍କର ମିଶ୍ର /ଧାମନଗର ପ୍ରତିନିଧି /ସମୀକ୍ଷା ନ୍ୟୁଜ :

ଧାମନଗର 30/10 ଭଦ୍ରକ ଜିଲ୍ଲା ଧୁଷୁରୀ ଥାନା ଅନ୍ତର୍ଗତ ରଇପୁର ଗ୍ରାମ ପଞ୍ଚାୟତର କଣ୍ଟିକା ଗାଁରେ ଏକ ସଶସ୍ତ୍ର ଡକାୟତି ଘଟଣାକୁ ନେଇ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ବନ୍ଧୁକ ଓ ଅନ୍ୟାନ୍ୟ ମାରଣାସ୍ତ୍ର ଦେଖାଇ ପରିବାର ସଦସ୍ୟଙ୍କୁ ଭୟଭୀତ କରି ଦୁର୍ବୃତ୍ତମାନେ ସୁନାଗହଣା ସହ ନଗଦ ୭୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଫେରାର ହେବା ସମୟରେ ଗ୍ରାମବାସୀ ଘେରିଯିବାରୁ ଦୁର୍ବୃତ୍ତମାନେ ଫାଙ୍କା ଗୁଳିଚାଳନା କରି ଖସି ପଳାଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, କଣ୍ଟିକା ଗାଁର ପିତବାସ ରାଉତଙ୍କ ଘରେ ଗତକାଲି ରାତି ପ୍ରାୟ ୧୦ଟା ୧୫ ମିନିଟ୍‌ ସମୟରେ ଏହି ଘଟଣା ଘଟିଥିଲା। ପିତବାସ ପରିସ୍ରା କରିବା ପାଇଁ ଘର ବାହାରକୁ ଯାଇଥିବା ସମୟରେ ଡକାୟତମାନେ ତାଙ୍କୁ ଆକ୍ରମଣ କରି ଘର ଭିତରକୁ ପଶିଥିଲେ। ପିତବାସଙ୍କ ବଡ଼ଭାଇଙ୍କ ସୁଧିକର୍ମ ଅବସରରେ ଘରେ ପରିବାର ସଦସ୍ୟଙ୍କ ସମେତ ବିବାହିତ ଝିଅ, ବୋହୂ ଓ ଛୋଟ ପିଲାମାନେ ଉପସ୍ଥିତ ଥିଲେ। ଦୁର୍ବୃତ୍ତମାନେ ବନ୍ଧୁକ ଓ ଅନ୍ୟାନ୍ୟ ମାରଣାସ୍ତ୍ର ଦେଖାଇ ସମସ୍ତଙ୍କୁ ଭୟଭୀତ କରିବା ସହ ସେମାନଙ୍କ ପିନ୍ଧିଥିବା ସୁନା ଅଳଙ୍କାର ଲୁଟି ନେଇଥିଲେ। ଏହାପରେ ଆଲମିରା ଭାଙ୍ଗି ସେଥିରେ ଥିବା ସୁନାଗହଣା ଓ ନଗଦ ଟଙ୍କା ମଧ୍ୟ ନେଇଯାଇଥିଲେ।ଡକାୟତମାନେ ଘରେ ପଶିବା ସମୟରେ ପିତବାସଙ୍କ ବୋହୂ ଭଦ୍ରକରେ ରହୁଥିବା ତାଙ୍କ ପୁଅଙ୍କୁ ଫୋନ୍‌ କରି ଘଟଣା ସମ୍ପର୍କରେ ଜଣାଇଥିଲେ। ପୁଅଙ୍କଠାରୁ ସୂଚନା ପାଇ ଧୁଷୁରୀ ପୁଲିସ ପ୍ରାୟ ୨୦ ମିନିଟ୍‌ ମଧ୍ୟରେ ସଦଳବଳେ ଘଟଣାସ୍ଥଳରେ ପହଞ୍ଚିଥିଲା। ଡକାୟତମାନେ କେଉଁ ଦିଗରେ ଫେରାର ହୋଇଥାଇପାରନ୍ତି, ସେନେଇ ଅନୁମାନ କରି ତିହିଡ଼ି ପୁଲିସକୁ ମଧ୍ୟ ସୂଚନା ଦିଆଯାଇଥିଲା। ପରେ ତିହିଡ଼ି ପୁଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲା।ଉଭୟ ଥାନାର ପୁଲିସ ରାତିସାରା ଘଟଣାସ୍ଥଳରେ ରହି ତଦନ୍ତ ଚଳାଇଥିଲେ। ସକାଳେ ସାଇଣ୍ଟିଫିକ୍‌ ଟିମ୍‌ ଓ ଅନୁସନ୍ଧାନୀ କୁକୁର ସହାୟତାରେ ଘଟଣାସ୍ଥଳରେ ଛାନ୍‌ଭିନ୍‌ କରାଯାଇଥିଲା। ତେବେ ତଦନ୍ତ ଜାରି ରହିଥିବାରୁ ଡକାୟତମାନଙ୍କ ସମ୍ପର୍କରେ ଏଯାଏଁ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ଧୂଷୁରୀ ଥାନା ଅନ୍ତର୍ଗତ କଣ୍ଟିକା ଗାଁରେ ବନ୍ଧୁକ ମୁନରେ ଡକାୟତି – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବଲାଙ୍ଗୀର: ବ୍ୟବସାୟୀଙ୍କ ଘରୁ ପ୍ରାୟ ୩୦ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ