ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୯ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୯ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୯ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୯ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୯ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୯ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୯ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୯ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧୦ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧୦ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ବାଲେଶ୍ୱରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ପାଳିତ

ବାଲେଶ୍ୱରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ପାଳିତ – ସମୀକ୍ଷା ଖବର

ପଞ୍ଚାନନ ବେହେରା /ଜିଲ୍ଲା ପ୍ରତିନିଧି /ବାଲେଶ୍ୱର/ସମୀକ୍ଷା ନ୍ୟୁଜ:

ବାଲେଶ୍ୱର, ୩୦ ଅକ୍ଟୋବର ୨୦୨୬ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗର ମିଳିତ ଆନୁକୂଲ୍ୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ଉପଲକ୍ଷେ ଆଜି ପୂର୍ବାହ୍ନ ୧୧ଟା ସମୟରେ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଭାଗୃହରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଅକ୍ଟୋବର ୨୬ ତାରିଖରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏହି ସପ୍ତାହ ପାଳନ କରାଯାଉଛି। ଆଜିର ଉକ୍ତ ସଭାରେ ବାଲେଶ୍ୱର ଜିଲ୍ଲା ନ୍ୟାୟାଧୀଶ ଶ୍ରୀଯୁକ୍ତ ସତ୍ୟନାରାୟଣ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ଅଧିକାରୀ ଓ ଅନ୍ୟାନ୍ୟ ପ୍ରତିନିଧିମାନଙ୍କୁ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ କରାଇଥିଲେ। ଦୁର୍ନୀତି ନିବାରଣ ଦିଗରେ ପ୍ରତ୍ୟେକ ନାଗରିକଙ୍କ ସଚେତନତା, ସାଧୁତା ଓ ନୈତିକ ଦାୟିତ୍ୱବୋଧ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସଭାରେ ଗୁରୁତ୍ୱାରୋପ କରାଯାଇଥିଲା। ଫକୀର ମୋହନ ବିଶ୍ୱବିଦ୍ୟାଳୟ ଜୈବପ୍ରଯୁକ୍ତି ବିଜ୍ଞାନ ବିଭାଗର ପ୍ରଫେସର ଭାସ୍କର ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇ ସର୍ବ ପ୍ରଥମେ ନିଜ ପରିବାରରୁ ଦୁର୍ନୀତି ମୁକ୍ତ ହେବା ଏବଂ ସମାଜ ପାଇଁ କାମ କରିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ବାଲେଶ୍ୱର ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ ସଭାରେ ଅଧ୍ୟକ୍ଷତା କରିଥିବାବେଳେ ଭିଜିଲାନ୍ସ ଆରକ୍ଷୀ ଅଧୀକ୍ଷକ ଶ୍ରୀଯୁକ୍ତ ଅରୁଣ କୁମାର ନାୟକ ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ କୁମାର ସିଂହ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀଯୁକ୍ତ ତପନ କୁମାର ଖୁଣ୍ଟିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଳା ପରିଷଦ ଶ୍ରୀଯୁକ୍ତ ସଞ୍ଜୟ କୁମାର ରାଉତ,ବାଲେଶ୍ୱର ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଶିବ ମାଲବ୍ୟ, ନୀଳଗିରି ଉପଜିଲ୍ଲାପାଳ ଶ୍ରୀମତୀ ଶୁଭଶ୍ରୀ ରଥ ପ୍ରମୁଖ ମଞ୍ଚାସୀନ ଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀଯୁକ୍ତ ପ୍ରବୋଧ କୁମାର ମଲିକ ମଞ୍ଚ ପରିଚାଳନା କରିଥିବା ବେଳେ ଭିଜିଲାନ୍ସ ଇନ୍ସପେକ୍ଟର ଶ୍ରୀଯୁକ୍ତ ଶ୍ରୀବଲ୍ଲଭ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ସଭାର ଶେଷ ପର୍ଯ୍ୟାୟରେ ବିତର୍କ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ବାଲେଶ୍ୱର |

ବାଲେଶ୍ୱରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମା ସାରଦାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଶୁକ୍ଳ ଚକ୍ଷୁ ଚିକିତ୍ସା ଶିବିର