ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୨ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୨ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୨ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୨ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୨ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୩ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୩ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ବାଲେଶ୍ବରରେ ଦୁଇଦିନିଆ ଯୁବ ଉତ୍ସବ ଉଦ୍ଘାଟିତ: ଲୋକକଳା ଓ ପ୍ରତିଭା ପ୍ରଦର୍ଶନର ଆକର୍ଷଣୀୟ ଆରମ୍ଭ

ବାଲେଶ୍ବରରେ ଦୁଇଦିନିଆ ଯୁବ ଉତ୍ସବ ଉଦ୍ଘାଟିତ: ଲୋକକଳା ଓ ପ୍ରତିଭା ପ୍ରଦର୍ଶନର ଆକର୍ଷଣୀୟ ଆରମ୍ଭ – ସମୀକ୍ଷା ଖବର

ପଞ୍ଚାନନ ବେହେରା /ଜିଲ୍ଲା ପ୍ରତିନିଧି /ବାଲେଶ୍ୱର/ସମୀକ୍ଷା ନ୍ୟୁଜ:

ଆଜି ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ, ବାଲେଶ୍ୱର ପରିସରରେ ଜିଲ୍ଲା ପ୍ରଶାସନ, ବାଲେଶ୍ବର ଓ କ୍ରୀଡ଼ା ଓ ଯୁବ ସେବା ବିଭାଗ, ଓଡ଼ିଶା ସରକାରଙ୍କର ମିଳିତ ତତ୍ତ୍ୱାବଧାନରେ ଦୁଇଦିନିଆ ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ, ବାଲେଶ୍ଵର ଅଧ୍ୟକ୍ଷ, ଶ୍ରୀଯୁକ୍ତ ନାରାୟଣ ପ୍ରଧାନ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବାଲେଶ୍ୱର ପୌରପରିଷଦର ଅଧ୍ୟକ୍ଷା ଶ୍ରୀମତୀ ସବିତା ସାହୁ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀଯୁକ୍ତ ତପନ କୁମାର ଖୁଣ୍ଟିଆ, ଉପଜିଲ୍ଲାପାଳ, ବାଲେଶ୍ଵର ଶ୍ରୀଯୁକ୍ତ ଶିବ ମାଲବ୍ୟ ଏବଂ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରଞ୍ଜନ କୁମାର ରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଯୁବପିଢ଼ିଙ୍କୁ ଉତ୍ସାହିତ କରିଥିଲେ। ଏହି ଦୁଇଦିନିଆ ମହୋତ୍ସବରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଯୁବ ପ୍ରତିଭାମାନେ ନିଜର କଳା ପ୍ରଦର୍ଶନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ: ଲୋକଗୀତ (Folk Song), ଲୋକନୃତ୍ୟ (Folk Dance), ନୁକଡ ନାଟକ (Nukkud Natak), କବିତା ଲିଖନ (Poetry Writing) ଏବଂ ଚିତ୍ରକଳା (Painting) ଭଳି ବିଭିନ୍ନ ସୃଜନଶୀଳ ପ୍ରତିଯୋଗିତା ଅନୁଷ୍ଠିତ ହୁଇଯାଇଛି। ସମଗ୍ର କାର୍ଯ୍ୟକ୍ରମଟିକୁ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ଜେନା ଏବଂ ଜିଲ୍ଲା କ୍ରୀଡ଼ା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସୁଚାରୁରୂପେ ପରିଚାଳନା କରିଥିଲେ।

ବାଲେଶ୍ବରରେ ଦୁଇଦିନିଆ ଯୁବ ଉତ୍ସବ ଉଦ୍ଘାଟିତ: ଲୋକକଳା ଓ ପ୍ରତିଭା ପ୍ରଦର୍ଶନର ଆକର୍ଷଣୀୟ ଆରମ୍ଭ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବାଲେଶ୍ୱରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ପାଳିତ