ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୫ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୫ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୫ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୫ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୫ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୫ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୫ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୬ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୬ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୬ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ରାଇରଙ୍ଗପୁର ବ୍ଲକ ଓ ମ୍ଯୁନିସିପାଲିଟି ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ

ରାଇରଙ୍ଗପୁର ବ୍ଲକ ଓ ମ୍ଯୁନିସିପାଲିଟି ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୩୧/୧୦/୨୬ – ରାଇରଙ୍ଗପୁର ସହରସ୍ଥ ସ୍ଥାନୀୟ ପି ସି ଏମ୍ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ଯାଳୟ ପରିସରରେ ଗୋଷ୍ଠୀ ଶିକ୍ଷା କାର୍ଯ୍ଯାଳୟ ଆନୁକୂଲ୍ଯରେ ରାଇରଙ୍ଗପୁର ବ୍ଲକ ଓ ମ୍ଯୁନିସିପାଲିଟି ସ୍ତରୀୟ ଶିଶୁ ମହୋତ୍ସବ ସଭାପତି ଗୋଷ୍ଠୀ ଶିକ୍ଷା ଅଧିକାରୀ ଘନଶ୍ଯାମ ମୁର୍ମୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଯୋଗ ଦେଇଥିଲା ବେଳେ ମୁଖ୍ଯବକ୍ତା ଭାବେ ଜିଲ୍ଲା ବିଜ୍ଞାନ ସୁପରଭାଇଜର ଜ୍ଞାନ ରଂଜନ ଆଚାର୍ଯ୍ଯ, ସମ୍ମାନିତ ଅତିଥି ଭାବେ ବାମନଘାଟୀ ଉପଖଣ୍ଡ ଡେପୁଟି କଲେକ୍ଟର ମାନସ ରଂଜନ ବେହେରା, ପି ଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ଯାଳୟ ତିରିଂ ର ପ୍ରଧାନ ଶିକ୍ଷକ ରଂଜନ କୁମାର ନନ୍ଦ, ଜିଲ୍ଲା ଶିଶୁ ମଙ୍ଗଳ ସମିତିର ସଭ୍ଯ ସୁରଥ କୁମାର ପଟ୍ଟନାୟକ, ଏବିଓ କାର୍ତ୍ତିକ ଚନ୍ଦ୍ର କାରୁଆ ଓ ହେମ ମାଝୀ ପ୍ରମୁଖ ଯୋଗ ଦେଇଥିଲା ବେଳେ ଉଦଯାପନୀ ଉତ୍ସବରେ ମୁଖ୍ଯ ଅତିଥି ଭାବେ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ମୁଖ୍ଯବକ୍ତା ଭାବେ ରାଇରଙ୍ଗପୁର ବିଧାୟକ ଜଲେନ ନାଏକ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିଶୁ ମଙ୍ଗଳ ସମିତିର ସଭ୍ଯ ସୁରଥ କୁମାର ପଟ୍ଟନାୟକ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ତିମିର ରଂଜନ ପଣ୍ଡା, ଏବିଓ କାର୍ତ୍ତିକ ଚନ୍ଦ୍ର କାରୁଆ ଓ ହେମ ମାଝୀ ପ୍ରମୁଖ ଯୋଗ ଦେଇଥିଲେ ।ଏଥିରେ ୧୨ଟି କ୍ଲଷ୍ଟର ରୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲା ବେଳେ ଛାତ୍ରଛାତ୍ରୀମାନଙ୍କ ଭିତରେ ଜୁନିୟର ଓ ସିନିୟର ବିଭାଗ କୁ ନେଇ ତିତ୍ରାଙ୍କନ, ସୂଜନଶୀଳ ଲିଖନ, ବକ୍ତୁତା, କୁଇଜ, ସଂଗୀତ, ପିଏମ ପୋଷଣ, ଆର୍ଟ ଏଣ୍ଡ କ୍ରାଫ୍ଟ ଏବଂ ସାଂସ୍କୁତିକ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । କୁତୀ ପ୍ରତିଯୋଗୀମାନେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଥିଲା ବେଳେ ସାଂସ୍କୁତିକ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ବଡଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ଯାଳୟ ଏବଂ ଦ୍ବିତୀୟ ସ୍ଥାନ ଧାଟିକିଡିହି ସରକାରୀ ଆଶ୍ରମ ବିଦ୍ଯାଳୟ ହୋଇଥିଲା । ଉକ୍ତ ଉତ୍ସବରେ ଶିକ୍ଷକ ମନୋରଂଜନ ମଣ୍ଡଳ ଓ ଭକ୍ତବନ୍ଧୁ ବାରିକ ମଞ୍ଚ ପରିଚାଳନା କରିଥିଲା ବେଳେ ପରିଶେଷରେ ରାଇରଙ୍ଗପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଘନଶ୍ଯାମ ମୁର୍ମୁ ଧନ୍ଯବାଦ ଅର୍ପଣ କରିଥିଲେ । ଏଥିରେ ସମସ୍ତ ସିଆରସିସି, ବିଆରସିସି, ଶିକ୍ଷକଶିକ୍ଷୟତ୍ରୀ ତଥା ଶିକ୍ଷା କାର୍ଯାଳୟ ର ସମସ୍ତ କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ ।

ରାଇରଙ୍ଗପୁର ବ୍ଲକ ଓ ମ୍ଯୁନିସିପାଲିଟି ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଠାକୁରମୁଣ୍ଡା ପୋଲିସ ଆନୁକୂଲ୍ୟରେ ରାଷ୍ଟ୍ରୀୟ ଏକତା ଦିବସ ଓ ନିଶା ନିବାରଣ ଶପଥ ପାଠ ଅନୁଷ୍ଠିତ