ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୫ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୫ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୫ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୫ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୫ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୫ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୫ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୫ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୬ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୬ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଗାଇସିଲେଟ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ଗାଇସିଲେଟ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ – ସମୀକ୍ଷା ଖବର

ସୁଶାନ୍ତ ପଣ୍ଡା / ଜିଲ୍ଲା ପ୍ରତିନିଧି / ବରଗଡ଼ / ସମୀକ୍ଷା ନ୍ୟୁଜ:

ବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ପକ୍ଷରୁ ଆଜି ରାଷ୍ଟ୍ରୀୟ ଏକତା ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଥାନାଧିକାରୀ ସୁଶୀଲ କୁମାର ନାୟକଙ୍କ ନେତୃତ୍ୱରେ ବିଭିନ୍ନ ସଚେତନତାମୂଳକ ଓ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଦିବସର ପ୍ରାରମ୍ଭରେ ଏକ ଗଣଦୌଡ଼ ଆୟୋଜନ କରାଯାଇଥିଲା। ଏହାପରେ ଗାଇସିଲେଟ ଉଚ୍ଚବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଥିଲା। ଏଥିରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୋଲିସ ବିଭାଗ ପକ୍ଷରୁ ମାନପତ୍ର ପ୍ରଦାନ କରି ଉତ୍ସାହିତ କରାଯାଇଥିଲା। ସେହିପରି ଅପରାହ୍ନ ୪ଟା ସମୟରେ ତାଲପାଲି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରେ ଥାନାଧିକାରୀ ଶ୍ରୀ ନାୟକଙ୍କ ସଭାପତିତ୍ୱରେ ‘ଆମ ପୋଲିସ ସମିତି’ ଓ ‘ନିଶାମୁକ୍ତ ଭାରତ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ନାଗରିକ ଓ ପୋଲିସ ମଧ୍ୟରେ ସୁସମ୍ପର୍କ ସ୍ଥାପନ ସହ ନିଶାମୁକ୍ତ ସମାଜ ଗଠନର ଆବଶ୍ୟକତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ତାଲପାଲି ସରପଞ୍ଚ ସଞ୍ଜୀବ କୁମାର ସାହୁ, ସବ୍‌-ଇନ୍ସପେକ୍ଟର ପ୍ରଦୀପ କୁମାର ତ୍ରିପାଠୀ, ନିୟମାନନ୍ଦ ପ୍ରଧାନ ଏବଂ ସମାଜସେବୀ ସୁଶାନ୍ତ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ଏଥିସହ ଏ.ଏସ୍‌.ଆଇ. ରିତାଞ୍ଜଳି ଖମାରୀ, ଗିରିଶ କୁମାର ପଧାନଙ୍କ ସମେତ ଗାଇସିଲେଟ ଥାନାର ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିବା ବେଳେ ଅଞ୍ଚଳର ଅନେକ ସଚେତନ ନାଗରିକ ଉପସ୍ଥିତ ଥିଲେ । ରାଷ୍ଟ୍ରୀୟ ଏକତାର ଭାବନାକୁ ସୁଦୃଢ଼ କରିବା ସହ ସମାଜରେ ଶାନ୍ତି, ସଦ୍‌ଭାବନା ଓ ନିଶାମୁକ୍ତ ପରିବେଶ ଗଠନ ଦିଗରେ ଏହି କାର୍ଯ୍ୟକ୍ରମ ଏକ ସକାରାତ୍ମକ ବାର୍ତ୍ତା ପ୍ରଦାନ କରିଛି।

ଗାଇସିଲେଟ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ରାଇରଙ୍ଗପୁର ବ୍ଲକ ଓ ମ୍ଯୁନିସିପାଲିଟି ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ