ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୮ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୮ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୮ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୮ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୮ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୮ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୯ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୯ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୯ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୯ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ବାତ୍ୟା ‘ମୁରାସୁ’ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ସମୀକ୍ଷା: ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ

ବାତ୍ୟା ‘ମୁରାସୁ’ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ସମୀକ୍ଷା: ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ – ସମୀକ୍ଷା ଖବର

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି/ନବରଙ୍ଗପୁର /ସମୀକ୍ଷା ନ୍ୟୁଜ :୦୧.୧୧.୨୦୨୬

ବାତ୍ୟା ‘ମୁରାସୁ’ର ପ୍ରଭାବରେ ଆସନ୍ତା ୨ ତାରିଖଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବା ସମ୍ଭାବନା ଥିବାବେଳେ ୩ ଓ ୪ ତାରିଖରେ ବିଭିନ୍ନ ସ୍ଥାନରେ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ବିଶେଷକରି ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ଝଟ୍‌କା ପବନର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ଏକ ଆଭାସୀ ସମୀକ୍ଷା ବୈଠକ ମାଧ୍ୟମରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାରଙ୍କ ସହ ଜିଲ୍ଲାର ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ସଫଳ ମୁକାବିଲା ପାଇଁ ସମସ୍ତ ବିଭାଗକୁ ସଜାଗ ଓ ପ୍ରସ୍ତୁତ ରହିବା ସହ ନିଜ ନିଜ କର୍ମସ୍ଥଳରେ ଉପସ୍ଥିତ ରହି ଦାୟିତ୍ୱ ସମ୍ପାଦନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଥିସହିତ, ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। କୌଣସି ଅଧିକାରୀ କିମ୍ବା କର୍ମଚାରୀ ପୂର୍ବାନୁମତି ବିନା ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ। ସମସ୍ତଙ୍କୁ ମୁଖ୍ୟାଳୟରେ ରହି ସତର୍କତାର ସହ ନିଜ ନିଜ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଜନସାଧାରଣଙ୍କ ସୁରକ୍ଷା ଓ ଧନଜୀବନର ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଆବଶ୍ୟକୀୟ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି।

ବାତ୍ୟା ‘ମୁରାସୁ’ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ସମୀକ୍ଷା: ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ନବରଙ୍ଗପୁର ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬