ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୨ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୨ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୨ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୨ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୩ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୩ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୩ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଗିରଫ ହେଲେ ସ୍ୱତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ

ଗିରଫ ହେଲେ ସ୍ୱତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ – ସମୀକ୍ଷା ଖବର

ଅବିନାଶ ଗଡତିଆ/ବରଗଡ/ସମୀକ୍ଷା ନ୍ୟୁଜ:

ଓଡ଼ିଶାରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସମ୍ବଲପୁର-ତାଳଚେର ରେଳଲାଇନ ଦୋହରୀକରଣ ପ୍ରକଳ୍ପର ସ୍ୱତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ ଅଜୟ କୁମାର ଗଡ଼ନାୟକଙ୍କୁ ୫ ଲକ୍ଷ ଟଙ୍କାରୁ ଅଧିକ ଲାଞ୍ଚ ମାଗିବା ଓ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି । ଭିଜିଲାନ୍ସ ଟିମ୍ ତାଙ୍କୁ ଲାଞ୍ଚ ଟଙ୍କାର ବାକି ଅଂଶ ନେଉଥିବା ସମୟରେ ରଙ୍ଗେହାତ କାବୁ କରିଛି । ସୂଚନା ଅନୁଯାୟୀ, ଜଣେ ଜମି ମାଲିକଙ୍କର ଜମି ଅଧିଗ୍ରହଣ ବାବଦକୁ ୮୪,୬୨,୨୮୮ ଟଙ୍କାର କ୍ଷତିପୂରଣ ରାଶି ମଞ୍ଜୁର ହୋଇଥିଲା। ଏହି ଅର୍ଥ ପ୍ରଦାନ କରିବା ଏବଂ ଆଗାମୀ ଦିନରେ ତୃତୀୟ ରେଳଲାଇନ ନିର୍ମାଣ ସମୟରେ ଜମି ଅଧିଗ୍ରହଣ ପ୍ରକ୍ରିୟାରେ ସହଯୋଗ କରିବା ପାଇଁ ଅଧିକାରୀ ଅଜୟ କୁମାର ଗଡ଼ନାୟକ ମୋଟ ୫ ଲକ୍ଷ ୧୦ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ । ଅଭିଯୋଗକାରୀ ପୂର୍ବରୁ ଗତ ଅକ୍ଟୋବର ୨୭ ତାରିଖରେ ପ୍ରଥମ କିସ୍ତି ଭାବେ ୨ ଲକ୍ଷ ଟଙ୍କା ବାବୁଙ୍କୁ ଦେଇସାରିଥିଲେ। କିନ୍ତୁ ଅବଶିଷ୍ଟ ୩ ଲକ୍ଷ ୧୦ ହଜାର ଟଙ୍କା ଦେବା ପାଇଁ ଶ୍ରୀ ଗଡ଼ନାୟକ ଲଗାତାର ଚାପ ପକାଇବା ସହ ଟଙ୍କା ନଦେଲେ ଭବିଷ୍ୟତରେ ଜମି ଅଧିଗ୍ରହଣ ସମୟରେ ସମସ୍ୟା ସୃଷ୍ଟି କରିବେ ବୋଲି ଧମକ ଦେଇଥିଲେ।

ଗିରଫ ହେଲେ ସ୍ୱତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ – ସମୀକ୍ଷା

ଏଥିରେ ଅତିଷ୍ଠ ହୋଇ ଜମି ମାଲିକ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ଅଭିଯୋଗକୁ ଆଧାର କରି ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ସ୍ୱତନ୍ତ୍ର ପ୍ଲାନ ପ୍ରସ୍ତୁତ କରାଯାଇଥିଲା। ଯୋଜନା ମୁତାବକ, ଯେତେବେଳେ ଅଭିଯୋଗକାରୀ ବାକି ୩ ଲକ୍ଷ ୧୦ ହଜାର ଟଙ୍କା ସ୍ୱତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀଙ୍କୁ ହସ୍ତାନ୍ତର କରୁଥିଲେ, ସେହି ସମୟରେ ପୂର୍ବରୁ ସେଠାରେ ଓତ ପେତି ରହିଥିବା ସମ୍ବଲପୁର ଭିଜିଲାନ୍ସ ଟିମ୍ ତାଙ୍କୁ ରଙ୍ଗେହାତ ଗିରଫ କରିଥିଲା। ତାଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଗିରଫ ପରେ ଭିଜିଲାନ୍ସ ପକ୍ଷରୁ ଅଜୟ କୁମାର ଗଡ଼ନାୟକଙ୍କ ସହ ଜଡ଼ିତ ସମ୍ବଲପୁର ସମେତ ତିନୋଟି ଭିନ୍ନ ଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି, ଯେଉଁଠାରେ ତାଙ୍କର ଆୟବହିର୍ଭୂତ ସମ୍ପତ୍ତିର ଆକଳନ କରାଯାଉଛି । ସମ୍ବଲପୁର ଭିଜିଲାନ୍ସ ଥାନାରେ ଏନେଇ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଛି।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବାତ୍ୟା ଅର୍ଣ୍ଣବ ଯୋଗୁଁ ଗଛ ଉପୁଡିଲା, ଅଗ୍ନିଶମ ବିଭାଗ ସହ ମିଶି ରାସ୍ତାରୁ ଗଛ ହଟାଇଲେ ଜୟ କିଷାନ୍ ୟୁଥ୍ କ୍ଲବ୍‌ର ଯୁବକ