ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:
ବଡ଼ସାହି, ୨/୧୧/୨୬ – ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦାରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଧର୍ମାନନ୍ଦ ବେହେରା, ବାରିପଦା ଉପ-ଜିଲ୍ଲାପାଳ କସ୍ତୁରୀ ପଣ୍ଡା, ବାରିପଦା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ପ୍ରଣୟ ରଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡର ସର୍ବମୋଟ ୨୦୬ ଗୋଟି ଅଭିଯୋଗର ଶୁଣାଣି କରାଯାଇଛି । ଏଥିରେ ୧୭୧ ଗୋଟି ବ୍ୟକ୍ତିଗତ ଏବଂ ୩୫ ଗୋଟି ସାମୁହିକ ସମସ୍ୟା ଆସିଥିଲା। ଏହାସହ ୧୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଓ ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଜନ ଅଭିଯୋଗ ଶୁଣାଣୀ ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବାରିପଦା ଉପଖଣ୍ଡର ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରି ସଫଳ କରିଥିଲେ ।






