ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୨ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୩ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୩ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୩ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୩ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୩ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୩ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ବାତ୍ୟା ମୁରାସୁ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

ବାତ୍ୟା ମୁରାସୁ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ – ସମୀକ୍ଷା ଖବର

ଉଦିତ ନାରାୟଣ ଠାକୁର /କଳାହାଣ୍ଡି ସାମ୍ବାଦିକ /ସମୀକ୍ଷା ନ୍ୟୁଜ:

ବାତ୍ୟା ‘ମୁରାସୁ’ର ପ୍ରଭାବରେ ଆସନ୍ତା କାଲି ୩ତାରିଖଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବା ସମ୍ଭାବନା ଥିବାବେଳେ ୩ ଓ ୪ ତାରିଖରେ ଦକ୍ଷିଣ ଓଡ଼ିଶା ର ବିଭିନ୍ନ ସ୍ଥାନରେ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାପାଳଙ୍କ ଓସ୍ବାନ ଗୃହ ରେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏକ ଆଭାସୀ ସମୀକ୍ଷା ବୈଠକ ମାଧ୍ୟମରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାରଙ୍କ ସହ ଜିଲ୍ଲାର ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ସଫଳ ମୁକାବିଲା ପାଇଁ ସମସ୍ତ ବିଭାଗକୁ ସଜାଗ ଓ ପ୍ରସ୍ତୁତ ରହିବା ସହ ନିଜ ନିଜ କର୍ମସ୍ଥଳରେ ଉପସ୍ଥିତ ରହି ଦାୟିତ୍ୱ ସମ୍ପାଦନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ, ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। କୌଣସି ଅଧିକାରୀ କିମ୍ବା କର୍ମଚାରୀ ପୂର୍ବାନୁମତି ବିନା ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ। ସମସ୍ତଙ୍କୁ ମୁଖ୍ୟାଳୟରେ ରହି ସତର୍କତାର ସହ ନିଜ ନିଜ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଜନସାଧାରଣଙ୍କ ସୁରକ୍ଷା ଓ ଧନଜୀବନର ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଆବଶ୍ୟକୀୟ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି।

ବାତ୍ୟା ମୁରାସୁ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ – ସମୀକ୍ଷା

ସତର୍କତା ପଦକ୍ଷେପ ସ୍ୱରୂପ ବଜ୍ରପାତ ସହ ବନ୍ୟା ରୁ ରକ୍ଷା ପାଇବା ପାଇଁ ସମସ୍ତ ନଦୀକୂଳ ନିକଟବର୍ତ୍ତୀ ଗ୍ରାମ ମାନଙ୍କରେ ମାଇକ ଦ୍ୱାରା ପ୍ରଚାର,ଜିଲ୍ଲା,ବ୍ଲକ୍,ତହସିଲ, ବିଜ୍ଞାପିତ ପରିଷଦ ମ୍ୟୁନିସିପାଲଟି କାର୍ଯ୍ୟାଳୟରେ ୨୪*୭ କଣ୍ଟ୍ରୋଲ ରୁମ୍,ଭୁସ୍ଫଳନ ଆଶଙ୍କା ଥିବା ଥୁଆମୂଲ୍ ରାମପୁର,ଲାଞ୍ଜିଗଡ,ଏମ ରାମପୁର ଓ କୋକସରା ବ୍ଲକରେ ଆଗୁଆ ବ୍ୟବସ୍ଥା,୨୮ ଟି ସ୍କୁଲରେ ଅସ୍ଥାୟୀ ଆଶ୍ରୟ କେନ୍ଦ୍ର,ବେଲଖଣ୍ଡି, ରାସଡୁମେର, ବାଲିଛଡା, କୁଟେନ୍ ଗାଁ ଠାରେ ବହୁମୁଖୀ ବନ୍ୟା ଆଶ୍ରୟ କେନ୍ଦ୍ର ସ୍ଥାପନ, ଗର୍ଭବତୀ ମହିଳାଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର,ସ୍ବାସ୍ଥ୍ୟ କେନ୍ଦ୍ରରେ ମୋଟ ୧୯୦୦ ସାପ କାମୁଡ଼ା ଇଞ୍ଜେକ୍ସନ ଉପଲବ୍ଧ,୧୭୬୬ ପଲିଥିନ୍ ରୋଲ, ଯଥେଷ୍ଟ ପରିମାଣର ଚୁଡ଼ା, ଗୁଡ଼ ଓ ବିସ୍କୁଟ ମହଯୁଦ,ରନ୍ଧା ଖାଦ୍ୟର ବ୍ୟବସ୍ଥା କରାଯାଇଛି।ଜିଲ୍ଲାପାଳ ଆସନ୍ତାକାଲି ତା ୩.୧୧.୨୦୨୬ ରିଖ ଜିଲ୍ଲାର ସମସ୍ତ ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରିବାପାଇଁ ପଦକ୍ଷେପ ନେବାକୁ ଡି ଇ ଓ ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ)ଙ୍କୁ ଗୋଲାମୁଣ୍ଡା ଓ ଧର୍ମଗଡ,ସି ଡି ଓ ଜିଲ୍ଲାପରିଷଦ ଙ୍କୁ କଲମପୁର ଓ ଜୁନାଗଡ,ଉପ ଜିଲ୍ଲାପାଳ ଧର୍ମଗଡ ଙ୍କୁ କୋକସରା ଓ ଜୟପାଟଣା,ଉପ ଜିଲ୍ଲାପାଳ ଭବାନୀପାଟଣା ଙ୍କୁ କେସିଙ୍ଗା ବ୍ଲକ ର ବିଶେଷ ଦାୟିତ୍ୱ ସହ ନୋଡାଲ ଅଧିକାରୀ ଭାବେ ଦାୟିତ୍ୱ ଅର୍ପଣ କରାଯାଇଛି।ଜିଲ୍ଲାପାଳ ରାସ୍ତା ,ପୋଲ, ଗମନାଗମନ,ବିଦ୍ୟୁତ୍ ସରାବରାହ,ପାନୀୟ ଜଳ, ଟେଲିକମ ସେବା, ସ୍ବାସ୍ଥ୍ୟ ସେବା, ଅଗ୍ନିଶମ ,ଖାଦ୍ୟ ଯୋଗାଣ ଅଧିକାରୀଙ୍କୁ ନିଜ ଦାୟିତ୍ୱ ସୁଚାରୁ ରୂପେ ତୁଲାଇବାକୁ ନିର୍ଦ୍ଦେଶ ଦେଇଥିଲେ।ଜିଲ୍ଲାପାଳ ସମସ୍ତ ବି ଡି ଓ ସମ୍ଭାବ୍ୟ ପ୍ରଭାବିତ ଲୋକଙ୍କୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ କରିବା ଓ ତଦ ସମ୍ବନ୍ଧିୟ ରିପୋର୍ଟ ଶୀଘ୍ର ପ୍ରେରଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର