ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୨ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୨ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୩ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୩ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୩ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୩ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୩ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୩ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ଭବାନୀପାଟଣା: ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା: ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ – ସମୀକ୍ଷା ଖବର

ଉଦିତ ନାରାୟଣ ଠାକୁର /କଳାହାଣ୍ଡି ସାମ୍ବାଦିକ /ସମୀକ୍ଷା ନ୍ୟୁଜ: ୨.୧୧.୨୦୨୬

ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରି ସେଗୁଡ଼ିକର ତ୍ୱରିତ ଓ ନ୍ୟାୟସଙ୍ଗତ ସମାଧାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଆଜି ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେ।ଏହି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ) ତନ୍ମୟ କୁମାର ଦରୱାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତାରା ଜସ୍ମିନ୍ ଗୁଡ଼ିଆ, ସି ଡି ଓ,ଜିଲ୍ଲା ପରିଷଦ ସୌମ୍ୟ ରଞ୍ଜନ ପ୍ରଧାନ,ଉପ ଜିଲ୍ଲାପାଳ ଭବାନୀପାଟଣା ଆଶିନି ଏ ଏଲ,ଉପ ଜିଲ୍ଲାପାଳ ଧର୍ମଗଡ ପ୍ରେକ୍ଷା ଅଗ୍ରୱାଲଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଶିବିରରେ ବିଭିନ୍ନ ସମସ୍ୟାର ସମାଧାନ ଆଶାରେ ଆସିଥିବା ଅଭିଯୋଗକାରୀମାନେ ନିଜ ନିଜର ସମସ୍ୟା ଓ ଅଭିଯୋଗକୁ ଜିଲ୍ଲାପାଳ ନିକଟରେ ଉପସ୍ଥାପନ କରିଥିଲେ। ଜିଲ୍ଲାପାଳ ଅଭିଯୋଗଗୁଡ଼ିକୁ ଗୁରୁତ୍ୱର ସହ ବିଚାର କରିବା ସହ ସମ୍ପୃକ୍ତ ବିଭାଗର ଅଧିକାରୀମାନଙ୍କୁ ଆବଶ୍ୟକ ତଦନ୍ତ ଓ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଅଭିଯୋଗ ଶୁଣାଣି ଶିବିରରେ ମୋଟ ୧୪୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୨୩ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୨ଟି ଗ୍ରାମ୍ୟ ଓ ସାମୂହିକ ଅଭିଯୋଗ ରହିଥିଲା। ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଜଣ ଙ୍କୁ ଏବଂ ରେଡକ୍ରସ ପାଣ୍ଠିରୁ ୫ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।ଗ୍ରହଣ କରାଯାଇଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ୧୧ଟିର ସମାଧାନ ତତ୍କାଳ ଘଟଣାସ୍ଥଳରେ କରାଯାଇଥିଲା। ଅବଶିଷ୍ଟ ଅଭିଯୋଗଗୁଡ଼ିକର ତ୍ୱରିତ ତଦନ୍ତ ଓ ନିୟମାନୁଯାୟୀ ସମାଧାନ ପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ପଠାଯାଇଥିଲା। ଏହି ଅବସରରେ ମହାରାଣୀ କସ୍ତୁରିକା ମୋହିନୀ ଦେବୀ+୩ ମହାବିଦ୍ୟାଳୟ ର ଦୃଷ୍ଟି ବାଧୀତ ଛାତ୍ର ପ୍ରେମଲାଲ ଠାକୁର ଏବଂ କେସିଙ୍ଗା ମହାବିଦ୍ୟାଳୟ ର ଛାତ୍ର ସୁମନ୍ତ ସାହୁ ଙ୍କୁ ଜିଲ୍ଲାପାଳ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଯୋଜନା ଅନ୍ତର୍ଗତ ଲାପଟପ୍ କୁ ପ୍ରଦାନ କରିଥିଲେ।

ଭବାନୀପାଟଣା: ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବାତ୍ୟା ମୁରାସୁ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ