ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୨ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୨ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୨ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୨ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୨ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୨ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୨ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୩ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ମାଲକାନଗିରିରେ ପ୍ରଶାସନର ବ୍ୟାପକ ପ୍ରସ୍ତୁତି, ୫ ହଜାରରୁ ଉର୍ଦ୍ଧ୍ୱ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ

ମାଲକାନଗିରିରେ ପ୍ରଶାସନର ବ୍ୟାପକ ପ୍ରସ୍ତୁତି, ୫ ହଜାରରୁ ଉର୍ଦ୍ଧ୍ୱ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ /ମାଲକାନଗିରି :୦୩/୧୧/୨୬

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା, ଉଦ୍ଧାର ଓ ଆଗୁଆ ପ୍ରସ୍ତୁତି କାର୍ଯ୍ୟକୁ ବ୍ୟାପକ କରାଯାଇଛି। ସରକାରୀ ରିପୋର୍ଟ ଅନୁଯାୟୀ, ଜିଲ୍ଲାର ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରୁ ଆଜି ସୁଦ୍ଧା ମୋଟ ୫,୦୭୩ ଜଣ ଲୋକଙ୍କୁ ସୁରକ୍ଷିତ ଭାବେ ୧୪୯ ଟି ପକ୍କା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇସାରିଛି। ବିଶେଷ କରି ସ୍ୱାସ୍ଥ୍ୟସେବାକୁ ପ୍ରାଥମିକତା ଦେଇ ୧୦୯ ଜଣ ଗର୍ଭବତୀ ମହିଳାଙ୍କୁ ନିକଟସ୍ଥ ମାତୃଯତ୍ନ କେନ୍ଦ୍ର ଓ ହସ୍ପିଟାଲକୁ ସୁରକ୍ଷିତ ଭାବେ ପଠାଯାଇଛି। ଜରୁରୀକାଳୀନ ପରିସ୍ଥିତିର ମୋକାବିଲା ପାଇଁ କ୍ଷେତ୍ର ସ୍ତରରେ ୧ ଟି ଓଡ଼୍ରାଫ୍ ଟିମ୍, ୧ ଟି ଏନଡିଆରଏଫ୍ ଟିମ୍ ଏବଂ ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ୯ ଟି ଅଗ୍ନିଶମ ବାହିନୀ ଦଳକୁ ମୁତୟନ କରାଯାଇଛି। ପରିସ୍ଥିତିର ସୀମାନ୍ତ ସମୀକ୍ଷା ଏବଂ ପ୍ରତ୍ୟକ୍ଷ ତଦାରଖ ପାଇଁ କାଲିମେଳା, ମାଥିଲି, ଚିତ୍ରକୋଣ୍ଡା ଓ ମାଲକାନଗିରି ସଦର ଅଞ୍ଚଳରେ ବରିଷ୍ଠ ଅଧିକାରୀମାନଙ୍କୁ ମୁତୟନ କରାଯାଇଥିବା ବେଳେ କାଲିମେଳା ଓ ମାଥିଲିରେ ଡେପୁଟି ଓ ଆସିଷ୍ଟାଣ୍ଟ କଲେକ୍ଟରମାନେ ଦାୟିତ୍ୱ ସମ୍ଭାଳିଛନ୍ତି।ଅନ୍ୟପଟେ ଜିଲ୍ଲା କଣ୍ଟ୍ରୋଲ ରୁମ୍‌କୁ ୨୪ ଘଣ୍ଟିଆ କାର୍ଯ୍ୟକ୍ଷମ କରାଯାଇ ସମଗ୍ର ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଆଜି ସକାଳ ୮ଟାରୁ ଅପରାହ୍ନ ୪ଟା ମଧ୍ୟରେ ଜିଲ୍ଲାରେ ହାରାହାରି ୨.୮୧ ମିଲିମିଟର ସ୍ୱଳ୍ପ ବର୍ଷା ରେକର୍ଡ କରାଯାଇଥିବା ବେଳେ ପବନର ବେଗ ସମ୍ପୂର୍ଣ୍ଣ ସାଧାରଣ ରହିଛି। ପ୍ରଶାସନ ପକ୍ଷରୁ ସମସ୍ତ ନାଗରିକଙ୍କୁ ଭୟଭୀତ ନହୋଇ ସଜାଗ ରହିବାକୁ ଏବଂ ସରକାରୀ ନିର୍ଦ୍ଦେଶାବଳୀ ପାଳନ କରିବାକୁ ପରାମର୍ଶ ଦିଆଯାଇଛି।

ମାଲକାନଗିରିରେ ପ୍ରଶାସନର ବ୍ୟାପକ ପ୍ରସ୍ତୁତି, ୫ ହଜାରରୁ ଉର୍ଦ୍ଧ୍ୱ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପଡ଼ିଆ ପଞ୍ଚାୟତ ସମିତିଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର