ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧୨ ମିନିଟ ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୧୬ ମିନିଟ ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୨୪ ମିନିଟ ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩୩ ମିନିଟ ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୩୭ ମିନିଟ ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୪୬ ମିନିଟ ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୫୩ ମିନିଟ ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୫୮ ମିନିଟ ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୧ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୧ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ଗଣକବି ବୈଷ୍ଣବ ପାଣି ଥିଲେ କ୍ରାନ୍ତିଦ୍ରଷ୍ଟା ଓ ମାନବବାଦୀ ସାରସ୍ୱତ ସାଧକ

ଗଣକବି ବୈଷ୍ଣବ ପାଣି ଥିଲେ କ୍ରାନ୍ତିଦ୍ରଷ୍ଟା ଓ ମାନବବାଦୀ ସାରସ୍ୱତ ସାଧକ – ସମୀକ୍ଷା ଖବର

କୀର୍ତ୍ତି ଚନ୍ଦ୍ର ସାହୁ/ ରାଜ୍ୟ ପ୍ରତିନିଧି/ସମୀକ୍ଷା ନ୍ୟୁଜ :

କଟକ, ୪/୧୧ ଗଣକବି ବୈଷ୍ଣବ ପାଣିଙ୍କ ୧୪୪ତମ ଜୟନ୍ତୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ଯୋବ୍ରାଠାରେ ସାରସ୍ୱତ ସେବାମଞ୍ଚ, ମାହାଙ୍ଗା ଓ ବିଦ୍ୟାମନ୍ଦିରର ମିଳିତ ଆନୁକୂଲ୍ୟରେ ପାଳିତ ହୋଇଯାଇଛି। ଡକ୍ଟର ଭାବଗ୍ରାହୀ ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାହିତ୍ୟ ସଭାକୁ ବିଶିଷ୍ଟ ସମାଜସେବୀ ତଥା ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ବ୍ରଜେନ୍ଦ୍ର ରାୟ ଉଦ୍‌ଘାଟନ କରିଥିଲେ। ଗଣକବି ଥିଲେ ଜଣେ କ୍ରାନ୍ତିଦ୍ରଷ୍ଟା ସାରସ୍ୱତ ସାଧକ। ତାଙ୍କ ନାଟକରେ ଶ୍ରମଜୀବୀ ଓ ନିମ୍ନବର୍ଗର ମଣିଷଙ୍କ ଜୀବନର ବାସ୍ତବ ଚିତ୍ର ପ୍ରତିଫଳିତ ହୋଇଥିବା ଅତିଥିମାନେ ମତବ୍ୟକ୍ତ କରିଥିଲେ। ମୁଖ୍ୟ ଅତିଥି ସଂସ୍କୃତି ଗବେଷକ ପ୍ରଫେସର ଡକ୍ଟର ଅଜୟ କୁମାର ମିଶ୍ର, ମୁଖ୍ୟବକ୍ତା ସାହିତ୍ୟିକ ଡକ୍ଟର ଅଖିଳେଶ ପଦ ମହାନ୍ତି ଏବଂ ବିଶିଷ୍ଟ ଅତିଥି ରେଭେନ୍ସା ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ଡକ୍ଟର ବିଜୟାଲକ୍ଷ୍ମୀ ଦାଶ ଗଣକବିଙ୍କ ସାହିତ୍ୟ, ମାନବବାଦୀ ଚେତନା ଓ ସମାଜ ସଂସ୍କାରମୂଳକ ଚିନ୍ତାଧାରା ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଡକ୍ଟର ଜ୍ଞାନଗୁରୁ ଦାସ ପାଣି ସାହିତ୍ୟର ମହତ୍ତ୍ୱ ଆଲୋଚନା କରିଥିଲେ। ଏହି ଅବସରରେ ବରିଷ୍ଠ ସାମ୍ବାଦିକ ପ୍ରତାପ ସାହୁ, ଦୀପକ ମଙ୍ଗରାଜ ଓ ପ୍ରଦୀପ ନାୟକ ଗଣକବିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପ୍ରଧାନ ଆଚାର୍ଯ୍ୟ ସୁକାନ୍ତ କୁମାର ସାହୁ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ଗୁରୁଜୀ, ଗୁରୁମା ଓ ବିଦ୍ୟାର୍ଥୀମାନେ ଉପସ୍ଥିତ ଥିଲେ।

ଗଣକବି ବୈଷ୍ଣବ ପାଣି ଥିଲେ କ୍ରାନ୍ତିଦ୍ରଷ୍ଟା ଓ ମାନବବାଦୀ ସାରସ୍ୱତ ସାଧକ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜଗତସିଂହପୁର :କୃଷକ ବୈଜ୍ଞାନିକ ଆଲୋଚନାଚକ୍ର