ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୪ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୪ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୪ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୪ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୪ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୫ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୫ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୫ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୫ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୫ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

କାକୁଡ଼ିରୁମା ନଦୀ ଉପରେ ସ୍ଥାୟୀ ପୋଲ ନିର୍ମାଣ ଦାବି, ଜିଲ୍ଲାପାଳଙ୍କ ଜନଶୁଣାଣିରେ ଅଭିଯୋଗ ପରେ ବି କାର୍ଯ୍ୟ ନାହିଁ

କାକୁଡ଼ିରୁମା ନଦୀ ଉପରେ ସ୍ଥାୟୀ ପୋଲ ନିର୍ମାଣ ଦାବି, ଜିଲ୍ଲାପାଳଙ୍କ ଜନଶୁଣାଣିରେ ଅଭିଯୋଗ ପରେ ବି କାର୍ଯ୍ୟ ନାହିଁ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୪/୧୧/୨୬ -ମୟୂରଭଞ୍ଜ ଜିଲ୍ଲା ବିଜାତଳା ବ୍ଲକ ଅନ୍ତର୍ଗତ ଲୁହାଶିଳା ପଞ୍ଚାୟତର କାକୁଡ଼ିରୁମା ନଦୀ ଉପରେ ଏକ ସ୍ଥାୟୀ ପୋଲ ନିର୍ମାଣ ପାଇଁ ଦୀର୍ଘଦିନ ଧରି ଦାବି ହୋଇଆସୁଥିଲେ ମଧ୍ୟ ଏଯାଏଁ ପ୍ରଶାସନିକ ସ୍ତରରେ କୌଣସି ଦୃଶ୍ୟମାନ ପଦକ୍ଷେପ ନିଆଯାଇନଥିବା ଅଭିଯୋଗ ହୋଇଛି । ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ଲିଖିତ ଅଭିଯୋଗ କରିବା ପରେ ମଧ୍ୟ ସମସ୍ୟାର ସମାଧାନ ନହେବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଗ୍ରାମବାସୀଙ୍କ କହିବା ଅନୁଯାୟୀ, କାକୁଡ଼ିରୁମା ନଦୀ ଉପରେ ଥିବା ପୋଲର ଅବସ୍ଥା ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ପୋଲର ଉଭୟ ପାର୍ଶ୍ୱରୁ ମାଟି ଧୋଇ ହୋଇଯାଇଥିବାରୁ ଯାତାୟାତ ବିପଦପୂର୍ଣ୍ଣ ହୋଇପଡ଼ିଛି । ବିଶେଷକରି ବର୍ଷା ଋତୁରେ ଏହି ସମସ୍ୟା ଅଧିକ ଗମ୍ଭୀର ରୂପ ଧାରଣ କରୁଛି । ଏହାଦ୍ୱାରା ଛାତ୍ରଛାତ୍ରୀ, ବୃଦ୍ଧବୃଦ୍ଧା, ରୋଗୀ ଓ ସାଧାରଣ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

କାକୁଡ଼ିରୁମା ନଦୀ ଉପରେ ସ୍ଥାୟୀ ପୋଲ ନିର୍ମାଣ ଦାବି, ଜିଲ୍ଲାପାଳଙ୍କ ଜନଶୁଣାଣିରେ ଅଭିଯୋଗ ପରେ ବି କାର୍ଯ୍ୟ ନାହିଁ – ସମୀକ୍ଷା

ଜରୁରୀକାଳୀନ ସମୟରେ ଆମ୍ବୁଲାନ୍ସ ଓ ଅନ୍ୟାନ୍ୟ ଯାନବାହନ ଯାତାୟାତରେ ମଧ୍ୟ ବାଧା ସୃଷ୍ଟି ହେଉଛି । ଫଳରେ ଅଞ୍ଚଳବାସୀଙ୍କ ଜୀବନ ଓ ସୁରକ୍ଷା ପ୍ରତି ବିପଦ ଦେଖାଦେଇଛି । ଏହି ସମସ୍ୟାର ସମାଧାନ ପାଇଁ ଗତ ମାସରେ ରାଇରଙ୍ଗପୁରଠାରେ ଆୟୋଜିତ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ଗ୍ରାମବାସୀମାନେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟଙ୍କୁ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଥିଲେ । ଏଥିରେ ନଦୀ ଉପରେ ଏକ ମଜବୁତ ଓ ସ୍ଥାୟୀ ପୋଲ ନିର୍ମାଣ, କ୍ଷତିଗ୍ରସ୍ତ ପୋଲର ମରାମତି ଏବଂ ସଂଯୋଗକାରୀ ରାସ୍ତାର ଉନ୍ନତିକରଣ ପାଇଁ ଦାବି ଜଣାଇଥିଲେ । କିନ୍ତୁ ଅଭିଯୋଗ ଦାଖଲ ପରେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନଥିବାରୁ ଗ୍ରାମବାସୀ ନିରାଶ ହୋଇ ଦୁର୍ଦ୍ଦଶା ଭୋଗୁଛନ୍ତି । ଜନଶୁଣାଣି ଶିବିରରେ ଅଭିଯୋଗ ଶୁଣାଯାଉଥିବା ସତ୍ତ୍ୱେ ଯଦି ତାହାର ସମାଧାନ ନହୁଏ, ତେବେ ସାଧାରଣ ଲୋକଙ୍କ ସମସ୍ୟା କେବେ ସମାଧାନ ହେବ ବୋଲି ଅଞ୍ଚଳବାସୀ ପ୍ରଶ୍ନ ଉଠାଇଛନ୍ତି ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜଗତସିଂହପୁର : ସ୍ୱଦେଶୀ ଜାଗରଣ ମଞ୍ଚ ପ୍ରସ୍ତୁତି ବୈଠକ