ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧୬ ମିନିଟ ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୪୩ ମିନିଟ ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୫୨ ମିନିଟ ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୧ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୧ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୧ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୨ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୨ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୨ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ରାୟଗଡ଼ା ନୟାଗଡ଼ ବରଗଡ଼ କେନ୍ଦୁଝର ଖୋର୍ଦ୍ଧା

Football Match: ରାଜ୍ୟ ସବ-ଜୁନିଅର ରଗବିରେ ଫ୍ୟୁଚର ଷ୍ଟାରର ଚମକ ରଗବିରେ ବାଳକ ଦଳ ଚାମ୍ପିଅନ, ବାଳିକା ଦଳ ତୃତୀୟ

Football Match: ରାଜ୍ୟ ସବ-ଜୁନିଅର ରଗବିରେ ଫ୍ୟୁଚର ଷ୍ଟାରର ଚମକ ରଗବିରେ ବାଳକ ଦଳ ଚାମ୍ପିଅନ, ବାଳିକା ଦଳ ତୃତୀୟ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୫/୧୧/୨୬ -ରାଜ୍ୟ ସବ-ଜୁନିଅର ରଗବି ଫୁଟବଲ ଚାମ୍ପିଅନସିପ-୨୦୨୬ରେ ମୟୂରଭଞ୍ଜର ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ବାଳକ ବିଭାଗରେ ଚାମ୍ପିଅନ ହୋଇଥିବା ବେଳେ ବାଳିକା ବିଭାଗରେ ଦଳ ତୃତୀୟ ସ୍ଥାନ ଅଧିକାର କରି ଜିଲ୍ଲା ପାଇଁ ଗୌରବ ଆଣିଛି । ସୂଚନା ଅନୁଯାୟୀ ଯାଜପୁର ଜିଲ୍ଲାର ଦଶରଥପୁର ହାଇସ୍କୁଲ ସ୍ଥିତ ଦିଲ୍ଲୀପ ତିର୍କୀ ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ଓଡ଼ିଶା ରଗବି ଫୁଟବଲ ଆସୋସିଏସନ ଓ ଯାଜପୁର ରଗବି ଫୁଟବଲ ଆସୋସିଏସନର ମିଳିତ ସହଯୋଗରେ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ବାଳକ ବିଭାଗର ଫାଇନାଲରେ ଫ୍ୟୁଚର ଷ୍ଟାର ୧୫-୧୦ ପଏଣ୍ଟରେ କିସ ଟିମକୁ ପରାସ୍ତ କରି ଚାମ୍ପିଅନ ହୋଇଥିଲା । ସେହିପରି ବାଳିକା ବିଭାଗରେ ଫ୍ୟୁଚର ଷ୍ଟାର ୧୫-୧୦ ପଏଣ୍ଟରେ କେନ୍ଦୁଝରକୁ ପରାସ୍ତ କରି ତୃତୀୟ ସ୍ଥାନ ହାସଲ କରିଥିଲା । ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀ ଦୀର୍ଘଦିନ ଧରି ମୟୂରଭଞ୍ଜର ଗ୍ରାମାଞ୍ଚଳ ଓ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ପିଲାମାନଙ୍କୁ କ୍ରୀଡ଼ା ସହ ଯୋଡ଼ି ସେମାନଙ୍କ ପ୍ରତିଭା ବିକାଶ ପାଇଁ କାର୍ଯ୍ୟ କରିଆସୁଛି । ସୀମିତ ସୁଯୋଗ ଓ ସମ୍ବଳ ମଧ୍ୟରେ ନିରନ୍ତର ଅଭ୍ୟାସ, ଶୃଙ୍ଖଳା ଓ କଠିନ ପରିଶ୍ରମ ବଳରେ ଏହି ସଫଳତା ହାସଲ କରି ଏକାଡେମୀର ଖେଳାଳିମାନେ ପୁଣିଥରେ ନିଜ ପ୍ରତିଭାର ପରିଚୟ ଦେଇଛନ୍ତି । ଏହି ସଫଳତା ମୟୂରଭଞ୍ଜର ଉଦୀୟମାନ କ୍ରୀଡ଼ା ପ୍ରତିଭାଙ୍କ ପାଇଁ ଏକ ବଡ଼ ପ୍ରେରଣା ହୋଇଥିବା ବେଳେ ଏକାଡେମୀର ଖେଳାଳି, ପ୍ରଶିକ୍ଷକ ଓ ସହଯୋଗୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି ।

Football Match: ରାଜ୍ୟ ସବ-ଜୁନିଅର ରଗବିରେ ଫ୍ୟୁଚର ଷ୍ଟାରର ଚମକ ରଗବିରେ ବାଳକ ଦଳ ଚାମ୍ପିଅନ, ବାଳିକା ଦଳ ତୃତୀୟ – ସମୀକ୍ଷା

ଏହି ସଫଳତା ପାଇଁ ମୟୂରଭଞ୍ଜ ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ, ମହାରାଣୀ ରଶ୍ମି ରାଜଲକ୍ଷ୍ମୀ ଭଞ୍ଜଦେଓ, ଭଞ୍ଜସେନା ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା, ଜିଲ୍ଲା କ୍ରୀଡ଼ା ଅଧିକାରୀ ଶୁଭାଶିଷ ନାୟକ, ମୟୂରଭଞ୍ଜ ଜିଲ୍ଲା କ୍ରୀଡ଼ା ସଂଘ ସମ୍ପାଦକ ବିଜୟ କୁମାର ଦାସ, ବାରିପଦା ପୌରପରିଷଦ ଅଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି, ଯୁବ ସମାଜସେବୀ ରାକେଶ ସିଂ, ଏକାଡେମୀ ନିର୍ଦ୍ଦେଶକ ଅମର କୁମାର ସେଠୀ, ଉପଦେଷ୍ଟା ସୋମନାଥ ସିଂହ ଓ ମଙ୍ଗଲ ହାଁସଦା, ସହ-ପ୍ରତିଷ୍ଠାତା ରୂପାଲୀ ସୋରେନ ଓ ସାଇ କିରଣ ନାୟକ, ପ୍ରତିଷ୍ଠାତା ଦିବ୍ୟରଞ୍ଜନ ଦାସ ଏବଂ ପ୍ରଶିକ୍ଷକ ଚନ୍ଦନ ସିଂ, ରାଜକିଶୋର ପାତ୍ର ଓ ଅଜିତ କୁମାର ହାଁସଦା ଦୁଇ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ଏଥିସହ ମୟୂରଭଞ୍ଜ ଜିଲ୍ଲା ରଗବୀ ସଂଘ, ଓଡ଼ିଶା ରଗ୍‌ବୀ ସଂଘ ଏବଂ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗର ସହଯୋଗ ପାଇଁ ଏକାଡେମୀର ସମସ୍ତ ଖେଳାଳି ଓ ପ୍ରତିଷ୍ଠାତା ଦିବ୍ୟରଞ୍ଜନ ଦାସ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର MPC College Induction Programme: ଏମପିସି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଇଣ୍ଡକସନ କାର୍ଯ୍ୟକ୍ରମ