ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
ଏବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୨୩ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୪୦ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୫୬ ମିନିଟ ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

MLA Narsingh Madkami: ମାଲକାନଗିରି ସହର ପ୍ରବେଶ ପଥର ଦୁରବସ୍ଥା ଅନୁଧ୍ୟାନ କଲେ ବିଧାୟକ ନରସିଂହ ମାଡକାମୀ

MLA Narsingh Madkami: ମାଲକାନଗିରି ସହର ପ୍ରବେଶ ପଥର ଦୁରବସ୍ଥା ଅନୁଧ୍ୟାନ କଲେ ବିଧାୟକ ନରସିଂହ ମାଡକାମୀ – ସମୀକ୍ଷା ଖବର

8ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି: ୦୫/୧୧/୨୬

ମାଲକାନଗିରି ସହରକୁ ସଂଯୋଗ କରୁଥିବା ପ୍ରମୁଖ ପ୍ରବେଶ ପଥର ଦୟନୀୟ ଅବସ୍ଥା ଅନୁଧ୍ୟାନ କରିଛନ୍ତି ସ୍ଥାନୀୟ ବିଧାୟକ ନରସିଂହ ମାଡକାମୀ। ରାସ୍ତାରେ ସୃଷ୍ଟି ହୋଇଥିବା ବଡ଼ ବଡ଼ ଖାଲଖମା ଓ ଜଳ ନିଷ୍କାସନ ସମସ୍ୟା ଯୋଗୁଁ ଜନସାଧାରଣ ଭୋଗୁଥିବା ଦୁର୍ଦ୍ଦଶାକୁ ଦୃଷ୍ଟିରେ ରଖି ସେ ତୁରନ୍ତ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ୍ କରିଛନ୍ତି। ଏଥିସହ ଆସନ୍ତା ଏକ ସପ୍ତାହ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ବିଧାୟକଙ୍କ କହିବା ଅନୁଯାୟୀ, ଦୀର୍ଘଦିନ ଧରି ଏହି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଥିବାରୁ ଯାତାୟାତରେ ସାଧାରଣ ଲୋକେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ରାସ୍ତାରେ ଥିବା ଖାଲଖମା ଯୋଗୁଁ ଦୁର୍ଘଟଣାର ଆଶଙ୍କା ବଢ଼ିବା ସହ ଯାତାୟାତ ମଧ୍ୟ ବିପଦପୂର୍ଣ୍ଣ ହୋଇପଡ଼ିଛି। ଏହା ଜାତୀୟ ରାଜପଥ ୩୨୬ର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇଥିବାରୁ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ ମଧ୍ୟରେ ଯୋଗାଯୋଗ କ୍ଷେତ୍ରରେ ଏହାର ବିଶେଷ ଗୁରୁତ୍ୱ ରହିଛି।

MLA Narsingh Madkami: ମାଲକାନଗିରି ସହର ପ୍ରବେଶ ପଥର ଦୁରବସ୍ଥା ଅନୁଧ୍ୟାନ କଲେ ବିଧାୟକ ନରସିଂହ ମାଡକାମୀ – ସମୀକ୍ଷା

ପ୍ରତିଦିନ ଏହି ରାସ୍ତା ଦେଇ ଶହ ଶହ ଯାନବାହନ ଚଳାଚଳ କରୁଥିବା ବେଳେ ସ୍କୁଲ, କଲେଜ ଓ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଯାତାୟାତ କରୁଥିବା ହଜାର ହଜାର ଲୋକ ଏହି ରାସ୍ତା ଉପରେ ନିର୍ଭରଶୀଳ। ତେଣୁ ରାସ୍ତାର ଦୁରବସ୍ଥାର ସ୍ଥାୟୀ ସମାଧାନ ନିମନ୍ତେ କେବଳ ଖାଲଖମା ପୋତି ମରାମତି କରିବା ନୁହେଁ, ବରଂ ରାସ୍ତାର ଉଚ୍ଚତା ବୃଦ୍ଧି ସହ ଉପଯୁକ୍ତ ଜଳ ନିଷ୍କାସନ ବ୍ୟବସ୍ଥା କରିବା ଉପରେ ବିଧାୟକ ଗୁରୁତ୍ୱ ଦେଇଛନ୍ତି। ଜନସାଧାରଣଙ୍କ ସୁରକ୍ଷିତ ଯାତାୟାତ ଓ ଦୀର୍ଘସ୍ଥାୟୀ ରାସ୍ତା ନିର୍ମାଣକୁ ପ୍ରାଥମିକତା ଦେଇ ଏହି ସମସ୍ତ କାର୍ଯ୍ୟ ବିଳମ୍ବ ନକରି ତୁରନ୍ତ ଆରମ୍ଭ କରିବା ସହ ଏକ ସପ୍ତାହ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ବିଧାୟକ ଶ୍ରୀ ମାଡକାମୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିଦର୍ଶନ ସମୟରେ ବିଧାୟକଙ୍କ ସହ ବିଧାୟକ ପ୍ରତିନିଧି ନିହାର ରାୟ, ନଗର ମଣ୍ଡଳ ସଭାପତି ଦିଲ୍ଲୀପ ଦଣ୍ଡପାତି, ସମ୍ପାଦକ ସୁବ୍ରତ ଜେନା, ମିଡିଆ ପ୍ରଭାରୀ ଶ୍ରୀନିବାସ ପାତ୍ରଙ୍କ ସମେତ ଅନ୍ୟ ସ୍ଥାନୀୟ ନେତା ଓ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Special public grievance redressal camp: ନିଜ ମାଟିକୁ ଫେରାଇ ଆଣିବାରେ ସଫଳ ହେଲା ଜିଲ୍ଲା ପ୍ରଶାସନ: ଭୋଟ ଦେବାରୁ ଓହରିଲେ ଝୁମଡାଙ୍ଗବାସୀ, ଗ୍ରାମରେ ସ୍ୱତନ୍ତ୍ର ସେବା ଶୁଣାଣି ଶିବିର ଅନୁଷ୍ଠିତ