ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୮ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୮ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୮ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୮ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୮ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୮ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୮ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୮ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୮ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୯ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

National Press Day: ଜାତୀୟ ପ୍ରେସ୍ ଦିବସ-୨୦୨୬ ପାଳନ ଅବସରରେ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଆୟୋଜିତ

National Press Day: ଜାତୀୟ ପ୍ରେସ୍ ଦିବସ-୨୦୨୬ ପାଳନ ଅବସରରେ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଆୟୋଜିତ – ସମୀକ୍ଷା ଖବର

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି/ ନବରଙ୍ଗପୁର/ ସମୀକ୍ଷା ନ୍ୟୁଜ:

ନବରଙ୍ଗପୁର,୦୯ ନଭେମ୍ବର ୨୦୨୬- ଜାତୀୟ ପ୍ରେସ୍ ଦିବସ-୨୦୨୬ ପାଳନ ଅବସରରେ ନବରଙ୍ଗପୁର ଜିଲ୍ଲାସ୍ତରୀୟ ସମାରୋହର ପୂର୍ବ ପ୍ରସ୍ତୁତି ସ୍ୱରୂପ ସ୍ଥାନୀୟ ମଡେଲ୍ ଡିଗ୍ରୀ ମହାବିଦ୍ୟାଳୟଠାରେ ଏକ ବିତର୍କ ପ୍ରତିଯୋଗିତା ଆୟୋଜିତ ହୋଇଥିଲା।ଚଳିତ ବର୍ଷର ଜାତୀୟ ପ୍ରେସ୍ ଦିବସର ବିଷୟବସ୍ତୁ ସାମ୍ବାଦିକତା: ଲୋକପ୍ରିୟତା ବନାମ କର୍ତ୍ତବ୍ୟବୋଧ ଉପରେ ଆଧାରିତ ଏହି ପ୍ରତିଯୋଗିତାରେ ମହାବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରି ନିଜ ନିଜର ଯୁକ୍ତି, ମତାମତ ଓ ଚିନ୍ତାଧାରା ଉପସ୍ଥାପନ କରିଥିଲେ। ସାମ୍ବାଦିକତାର ନୈତିକ ମୂଲ୍ୟବୋଧ, ସତ୍ୟନିଷ୍ଠା, ନିରପେକ୍ଷତା, ସାମାଜିକ ଦାୟିତ୍ୱବୋଧ ଏବଂ ଗଣତନ୍ତ୍ରର ସୁଦୃଢ଼ୀକରଣରେ ଗଣମାଧ୍ୟମର ଭୂମିକା ଉପରେ ସେମାନେ ଆଲୋକପାତ କରିଥିଲେ। ବର୍ତ୍ତମାନର ଡିଜିଟାଲ୍ ଓ ପରିବର୍ତ୍ତିତ ଗଣମାଧ୍ୟମ ପରିବେଶରେ ଲୋକପ୍ରିୟତା ହାସଲ କରିବା ଅପେକ୍ଷା ସତ୍ୟ ଓ ନିରପେକ୍ଷ ସମ୍ବାଦ ପରିବେଷଣ ସହ ଜନସ୍ୱାର୍ଥକୁ ସର୍ବାଧିକ ପ୍ରାଧାନ୍ୟ ଦେବାର ଆବଶ୍ୟକତା ଉପରେ ପ୍ରତିଯୋଗୀମାନେ ମତ ରଖିଥିଲେ। ଏଭଳି ପ୍ରତିଯୋଗିତା ଯୁବପିଢ଼ିଙ୍କ ମଧ୍ୟରେ ମୁକ୍ତ ଚିନ୍ତନ, ଯୁକ୍ତିସଙ୍ଗତ ମତବିନିମୟ ଓ ଦାୟିତ୍ୱପୂର୍ଣ୍ଣ ଗଣମାଧ୍ୟମ ସମ୍ପର୍କିତ ସଚେତନତା ବୃଦ୍ଧି କରିବା ସହ ସାମ୍ବାଦିକତାର ମୂଳ ଆଦର୍ଶ ପ୍ରତି ସମ୍ମାନବୋଧ ସୃଷ୍ଟି କରିବାରେ ସହାୟକ ହେବ। ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ଆସନ୍ତା ୧୬ ନଭେମ୍ବର ୨୦୨୬ ତାରିଖରେ ଆୟୋଜିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ସମାରୋହରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ।

National Press Day: ଜାତୀୟ ପ୍ରେସ୍ ଦିବସ-୨୦୨୬ ପାଳନ ଅବସରରେ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଆୟୋଜିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର NABARANGPUR Emphasizes food Safety: ପାର୍ବଣ ଋତୁରେ ଖାଦ୍ୟ ସୁରକ୍ଷା ଓ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍ ନିଷେଧ ଉପରେ ଜିଲ୍ଲା ପ୍ରଶାସନର ଗୁରୁତ୍ୱ