ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୭ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୭ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୮ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୮ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୮ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୮ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୮ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୮ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୮ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୮ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Nabarangpur Sports Competition: ନବରଙ୍ଗପୁର: ରାଜ୍ୟସ୍ତରୀୟ ସ୍ୱତନ୍ତ୍ର ପ୍ରତିଭା ଅନ୍ୱେଷଣ ଓ କ୍ରୀଡ଼ା ପ୍ରତିଯୋଗିତା

Nabarangpur Sports Competition: ନବରଙ୍ଗପୁର: ରାଜ୍ୟସ୍ତରୀୟ ସ୍ୱତନ୍ତ୍ର ପ୍ରତିଭା ଅନ୍ୱେଷଣ ଓ କ୍ରୀଡ଼ା ପ୍ରତିଯୋଗିତା – ସମୀକ୍ଷା ଖବର

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି/ ନବରଙ୍ଗପୁର/ ସମୀକ୍ଷା ନ୍ୟୁଜ:

ନବରଙ୍ଗପୁର -୦୯ ନଭେମ୍ବର ୨୦୨୬: ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍‌ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସ୍ୱତନ୍ତ୍ର ପ୍ରତିଭା ଅନ୍ୱେଷଣ ଓ କ୍ରୀଡ଼ା ପ୍ରତିଯୋଗିତାରେ ନବରଙ୍ଗପୁର ଜିଲ୍ଲାର ପ୍ରତିଯୋଗୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ସହଯୋଗରେ ଜିଲ୍ଲାରୁ ଅଂଶଗ୍ରହଣ କରିଥିବା ପ୍ରତିଭାବାନ ପିଲାମାନେ ବିଭିନ୍ନ ବର୍ଗରେ ପଦକ ଓ ପ୍ରଶଂସାପତ୍ର ହାସଲ କରି ନିଜର ଦକ୍ଷତା, ପ୍ରତିଭା ଓ ଅସାଧାରଣ କ୍ରୀଡ଼ା ନୈପୁଣ୍ୟର ପରିଚୟ ଦେଇଛନ୍ତି।
ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ନବରଙ୍ଗପୁର ଜିଲ୍ଲାର ପ୍ରତିଯୋଗୀମାନେ ହେଲେ:
1. ରେସନ୍ ଟାକ୍ରୀ – ସିନିୟର ବର୍ଗର କୁଇଜ୍ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।
2. ଦୀପକ ଜାନୀ – ଉଚ୍ଚ ଡିଆଁ (High Jump) ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରି ସ୍ୱର୍ଣ୍ଣ ପଦକ ଅର୍ଜନ କରିଛନ୍ତି।
3. ପ୍ରିୟା ଭତ୍ରା – ୧୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି।
4. ସୁଶାନ୍ତ ଭତ୍ରା – କ୍ୟାରମ୍ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ ଅଧିକାର କରି ରୌପ୍ୟ ପଦକ ହାସଲ କରିଛନ୍ତି।
5. ପୂଜା ବଞ୍ଜରା – ଏସ୍.ଜି.ଏଫ୍.ଆଇ. (SGFI) ଜାତୀୟସ୍ତରୀୟ ତାଏକୋଣ୍ଡୋ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଜିଲ୍ଲାର ପ୍ରତିନିଧିତ୍ୱ କରିଛନ୍ତି।

  1. ଆକାଶ ପଣ୍ଡା – ଏସ୍.ଜି.ଏଫ୍.ଆଇ. (SGFI) ଜାତୀୟସ୍ତରୀୟ ତାଏକୋଣ୍ଡୋ ପ୍ରତିଯୋଗିତାରେ ପଦକ ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି।
    ଏହି ସଫଳତା ଜିଲ୍ଲାର ଅନ୍ତର୍ନିହିତ ପ୍ରତିଭାର ବିକାଶ ଓ ଉପଯୁକ୍ତ ସୁଯୋଗ ପ୍ରଦାନର ଏକ ଉତ୍କୃଷ୍ଟ ଉଦାହରଣ। ଏହା ପଛରେ ଜିଲ୍ଲା ପ୍ରଶାସନ, ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ, ପ୍ରଶିକ୍ଷକ ଓ ସହଯୋଗୀମାନଙ୍କର ଉତ୍ସାହ, ପ୍ରେରଣା ଏବଂ ମାର୍ଗଦର୍ଶନ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି।
    ଏହି ସଫଳତାରେ ଜିଲ୍ଲାବାସୀଙ୍କ ମଧ୍ୟରେ ଆନନ୍ଦ ଓ ଗର୍ବର ପରିବେଶ ସୃଷ୍ଟି ହୋଇଛି। ସମସ୍ତ କୃତୀ ପ୍ରତିଯୋଗୀଙ୍କୁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ଅଭିନନ୍ଦନ ଜଣାଇବା ସହିତ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଓ ଆଗାମୀ ଦିନରେ ଅଧିକ ସଫଳତା କାମନା କରାଯାଇଛି।
Nabarangpur Sports Competition: ନବରଙ୍ଗପୁର: ରାଜ୍ୟସ୍ତରୀୟ ସ୍ୱତନ୍ତ୍ର ପ୍ରତିଭା ଅନ୍ୱେଷଣ ଓ କ୍ରୀଡ଼ା ପ୍ରତିଯୋଗିତା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର National Press Day: ଜାତୀୟ ପ୍ରେସ୍ ଦିବସ-୨୦୨୬ ପାଳନ ଅବସରରେ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଆୟୋଜିତ