ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୨ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୨ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୨ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୨ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୩ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୩ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୩ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୩ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୩ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Kosagumuda Block Joint Public Grievance: କୋଷାଗୁମୁଡ଼ା ବ୍ଲକଠାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

Kosagumuda Block Joint Public Grievance: କୋଷାଗୁମୁଡ଼ା ବ୍ଲକଠାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି/ ନବରଙ୍ଗପୁର/ ସମୀକ୍ଷା ନ୍ୟୁଜ:

ନବରଙ୍ଗପୁର 09.11.2026 – ଜନସାଧାରଣଙ୍କ ବିଭିନ୍ନ ସମସ୍ୟା, ଅଭାବ ଓ ଅଭିଯୋଗର ଶୁଣାଣି କରି ସେଗୁଡ଼ିକର ତ୍ୱରିତ ତଥା ସୁବ୍ୟବସ୍ଥିତ ସମାଧାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡ଼ା ବ୍ଲକ କାର୍ଯ୍ୟାଳୟଠାରେ ଆଜି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଥିଲା। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡଃ ପ୍ରମୋଦ କୁମାର ପୃଷ୍ଟି ଏବଂ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଆଦିତ୍ୟ ସେନ୍ ମିଳିତ ଭାବେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟାର ଶୁଣାଣି କରିଥିଲେ। ଅଭିଯୋଗକାରୀମାନେ ସେମାନଙ୍କର ବ୍ୟକ୍ତିଗତ ତଥା ଗ୍ରାମାଞ୍ଚଳଭିତ୍ତିକ ସମସ୍ୟାଗୁଡ଼ିକୁ ଅଧିକାରୀମାନଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ। ଶିବିରରେ ମୋଟ ୨୫ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥିମଧ୍ୟରୁ ୧୨ଟି ବ୍ୟକ୍ତିଗତ ଏବଂ ୧୩ଟି ଗ୍ରାମସ୍ତରୀୟ ଅଭିଯୋଗ ରହିଥିଲା। ଏଥିମଧ୍ୟରୁ ୨ଟି ଅଭିଯୋଗର ଘଟଣାସ୍ଥଳରେ ହିଁ ତତ୍କାଳ ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ପ୍ରକୃତ ସ୍ଥିତି ଅନୁଧ୍ୟାନ କରି ନିୟମାନୁଯାୟୀ ଆବଶ୍ୟକ ପଦକ୍ଷେପ ଗ୍ରହଣ ଏବଂ ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଅବଗତ କରାଯାଇଥିଲା।

Kosagumuda Block Joint Public Grievance: କୋଷାଗୁମୁଡ଼ା ବ୍ଲକଠାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା

ଅତିରିକ୍ତ ଜିଲ୍ଲାପାଳ ଡଃ ପୃଷ୍ଟି ଅଭିଯୋଗଗୁଡ଼ିକର ଗୁରୁତ୍ୱକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ବିଭାଗଗୁଡ଼ିକ ତତ୍ପରତାର ସହ ତଦନ୍ତ କରିବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ସେହିପରି ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ସେନ୍ ଜନସାଧାରଣଙ୍କ ପୁଲିସ ସମ୍ବନ୍ଧୀୟ ଅଭିଯୋଗଗୁଡ଼ିକର ଶୁଣାଣି କରି ଆଇନ ଅନୁଯାୟୀ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱ ଦେଇଥିଲେ। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ବ୍ଲକ ଉପାଧ୍ୟକ୍ଷ ଯୋଗେନ୍ଦ୍ର ସ୍ବାଇଁଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ତଥା ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ନିଜ ନିଜ ବିଭାଗ ସମ୍ବନ୍ଧୀୟ ଅଭିଯୋଗଗୁଡ଼ିକର ଶୁଣାଣି ଓ ସମାଧାନ ପ୍ରକ୍ରିୟାରେ ସହଯୋଗ କରିଥିଲେ l ଜନସାଧାରଣଙ୍କ ନିକଟରେ ପ୍ରଶାସନକୁ ଅଧିକ ସୁଲଭ, ସ୍ୱଚ୍ଛ ଓ ଉତ୍ତରଦାୟୀ କରିବା ସହ ସାଧାରଣ ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ମାଧ୍ୟମରେ ଲୋକାଭିମୁଖୀ ପ୍ରଶାସନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏହି ଜନ ଅଭିଯୋଗ ଶୁଣାଣିର ମୁଖ୍ୟ ଲକ୍ଷ୍ୟ ଅଟେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Nabarangpur Sports Competition: ନବରଙ୍ଗପୁର: ରାଜ୍ୟସ୍ତରୀୟ ସ୍ୱତନ୍ତ୍ର ପ୍ରତିଭା ଅନ୍ୱେଷଣ ଓ କ୍ରୀଡ଼ା ପ୍ରତିଯୋଗିତା