ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୫ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୫ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୬ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୬ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୬ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୬ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୬ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୬ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୬ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୬ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Rairangpur joint public grievance redressal camp: ରାଇରଙ୍ଗପୁରଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

Rairangpur joint public grievance redressal camp: ରାଇରଙ୍ଗପୁରଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ରାଇରଙ୍ଗପୁର, ୯/୧୧/୨୬ – ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ରାଇରଙ୍ଗପୁର ଉପଜିଲ୍ଲାପାଳ ଶ୍ରୀ ଉଗ୍ରେସନ ଓରାମ, ରାଇରଙ୍ଗପୁର ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେଶ ଚନ୍ଦ୍ର ପାତ୍ର, ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଡା. ରବୀନ୍ଦ୍ର ନାଥ ମାର୍ଣ୍ଡି, ରାଇରଙ୍ଗପୁର ପି ଏ ଆଇ ଟି ଡି ଏ, ଯୋଗରଂଜନ ନାୟକ ଓ ଜିଲ୍ଲା ଜରୁରୀ କାଳୀନ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ ତାପସ କୁମାର ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀମାନଙ୍କୁ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ । ଆଜିର ଏହି ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୫୯ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୫୦ଗୋଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୯ଟି ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା । ଏଥି ମଧ୍ୟରୁ ୨ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା । ଆବେଦନର ଗୁରତ୍ୱକୁ ବିଚାର କରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ଜଣଙ୍କୁ ଟ.୨୦,୦୦୦/-ଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି । ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ ।

Rairangpur joint public grievance redressal camp: ରାଇରଙ୍ଗପୁରଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା

ଏହି ଅବସରରେ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଓଡିଶା ସରକାରଙ୍କ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ତିନି ଜଣ ହିତାଧିକାରୀଙ୍କୁ ଯଥାକ୍ରମେ ମୃତ୍ୟୁ କାଳୀନ ସହାୟତା , ବିବାହ ସହାୟତା ଓ ଉଚ୍ଚ ଶିକ୍ଷା ଗ୍ରହଣ ପାଇଁ ଆର୍ଥିକ ସହାୟତା ଭାବେ ଟ.୩, ୦୫,୦୦୦/-, ଟ.୫୦,୦୦୦/-ଓ ଟ. ୮୪୦୦/- ଅର୍ଥରାଶି ଜିଲ୍ଲାପାଳ ଚେକ ମାଧ୍ୟମରେ ପ୍ରଦାନ କରିଥିଲେ । ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Atabira College Lack of basic facilities: ଅତାବିରା କଲେଜରେ ମୌଳିକ ସୁବିଧା ଅଭାବ