ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୫୮ ମିନିଟ ପୂର୍ବେFormer clerk arrested for misappropriating Rs 3.81 crore : ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩.୮୧ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ପୂର୍ବତନ କିରାଣୀ ଗିରଫ ୧ ଘଣ୍ଟା ପୂର୍ବେKeonjhar Polio Drops: କେନ୍ଦୁଝର ଜିଲ୍ଲାରେ ପ୍ରଥମ ଦିନ ୮୫% ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ ୧ ଘଣ୍ଟା ପୂର୍ବେPradhaniguda Industrial Training Institute: ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପ୍ରଧାନୀଗୁଡାର ସମାବର୍ତ୍ତନ ଉତ୍ସବ ୧ ଘଣ୍ଟା ପୂର୍ବେMalkangiri Pulse Polio Programme: ମାଲକାନଗିରି ଜିଲ୍ଲାରେ ସମନ୍ୱିତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେShaheed Laxman Nayak Jayanti: ଜିଲ୍ଲାସ୍ତରୀୟ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ ୧ ଘଣ୍ଟା ପୂର୍ବେNaveen & Pandian’s foreign visit investigation: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତ, ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ୨ ଘଣ୍ଟା ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୨ ଘଣ୍ଟା ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୩ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୩ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା କେନ୍ଦୁଝର ମାଲକାନଗିରି ବରଗଡ଼

Dhusuri Police Station Demand for patrolling : ଧୁଷୁରୀ ଥାନା ଅଧିକାରୀଙ୍କୁ ଅଭିଯୋଗପତ୍ର, ପୁଲିସର କଡ଼ା ପଦକ୍ଷେପ ସହ ପାଟ୍ରୋଲିଂ ଦାବି

Dhusuri Police Station Demand for patrolling : ଧୁଷୁରୀ ଥାନା ଅଧିକାରୀଙ୍କୁ ଅଭିଯୋଗପତ୍ର, ପୁଲିସର କଡ଼ା ପଦକ୍ଷେପ ସହ ପାଟ୍ରୋଲିଂ ଦାବି – ସମୀକ୍ଷା ଖବର

ସିଦ୍ଧାର୍ଥ ଶଙ୍କର ମିଶ୍ର /ଧାମନଗର ପ୍ରତିନିଧି /ସମୀକ୍ଷା ନ୍ୟୁଜ :

ଧାମନଗର ୧୦/୧୧ ବେତାଳିଗାଁ ଅଞ୍ଚଳରେ ବଢ଼ିଚାଲିଥିବା ବେଆଇନ ମଦ କାରବାର, ନିଶାଦ୍ରବ୍ୟ ବ୍ୟବସାୟ ଓ ବିଭିନ୍ନ ଅସାମାଜିକ କାର୍ଯ୍ୟକଳାପକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହାର ପ୍ରତିକାର କରିବା ସହ ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ କରିବାକୁ ସ୍ଥାନୀୟ ଲୋକେ ଦାବି ଜଣାଇଛନ୍ତି। ଏନେଇ ଧୁଷୁରୀ ଥାନା ଅଧିକାରୀ ଅଜୟ ସୁଦର୍ଶନ ବାଗେଙ୍କୁ ଭେଟି ଅଞ୍ଚଳବାସୀଙ୍କ ପକ୍ଷରୁ ଏକ ଅଭିଯୋଗପତ୍ର ପ୍ରଦାନ କରାଯାଇଛି। ଅଭିଯୋଗପତ୍ରରେ ଉଲ୍ଲେଖ କରାଯାଇଛି ଯେ, ବେଆଇନ ମଦ କାରବାର ଓ ନିଶାଦ୍ରବ୍ୟ ବ୍ୟବସାୟ ଯୋଗୁଁ ଅଞ୍ଚଳର ସାମାଜିକ ପରିବେଶ ଦିନକୁ ଦିନ ଦୂଷିତ ହେବାରେ ଲାଗିଛି। ଏହାର କୁପ୍ରଭାବ ଯୁବପିଢ଼ିଙ୍କ ଉପରେ ପଡ଼ିବା ସହ ଛାତ୍ରଛାତ୍ରୀ, ମହିଳା ଓ ସାଧାରଣ ଜନତାଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। ଏଭଳି ବେଆଇନ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ଉପରେ ପୁଲିସ ପ୍ରଶାସନ କଡ଼ା ନଜର ରଖିବା ସହ ନିୟମିତ ପାଟ୍ରୋଲିଂ, ଓ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବୀ ହୋଇଛି। ଏଥିସହ ଅଞ୍ଚଳରେ ନିଶା କାରବାରକୁ ରୋକିବା ସହ ଏକ ସୁରକ୍ଷିତ ଓ ଶାନ୍ତିପୂର୍ଣ୍ଣ ସାମାଜିକ ପରିବେଶ ସୃଷ୍ଟି କରିବାକୁ ପୁଲିସ ପ୍ରଶାସନ ତୁରନ୍ତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବୀ କରିଛନ୍ତି। ଏହି ଦାବୀ ରମେଶ ଚନ୍ଦ୍ର ବେହେରା, ତ୍ରିଲୋଚନ ଦାଶ, ଭାବରଞ୍ଜନ ମହାନ୍ତି, ଅନିଲ କୁମାର ଦାସ, କାଶୀନାଥ ମହାନ୍ତି ଓ ତୁଷାରକାନ୍ତ ସାହୁ ପ୍ରମୁଖ ଜଣାଇଛନ୍ତି |

Dhusuri Police Station Demand for patrolling : ଧୁଷୁରୀ ଥାନା ଅଧିକାରୀଙ୍କୁ ଅଭିଯୋଗପତ୍ର, ପୁଲିସର କଡ଼ା ପଦକ୍ଷେପ ସହ ପାଟ୍ରୋଲିଂ ଦାବି – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Bahabala water issues: ବାହାବଳ: ପାଣି ସମସ୍ୟା ନେଇ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି