ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୬ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୬ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୭ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୭ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୭ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୭ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୭ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୭ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୭ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୭ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Passing of Bharati Didi: ଭାରତୀ ଦିଦିଙ୍କ ବିୟୋଗରେ ଶିକ୍ଷକ ମହଲରେ ଶୋକର ଛାୟା

Passing of Bharati Didi: ଭାରତୀ ଦିଦିଙ୍କ ବିୟୋଗରେ ଶିକ୍ଷକ ମହଲରେ ଶୋକର ଛାୟା – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୧୦/୧୧/୨୬ – ଜିଲ୍ଲାର ଜଣେ ଆଦର୍ଶ ଶିକ୍ଷୟତ୍ରୀ ତଥା ଅସାଧାରଣ ପ୍ରତିଭାର ଅଧିକାରିଣୀ ଭାରତୀ ତ୍ରିପାଠୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି I କୁଳିଅଣା ବ୍ଲକ ଅନ୍ତର୍ଗତ ରଘୁନାଥଗଞ୍ଜ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଭାବେ ଦୀର୍ଘ ବର୍ଷ ଧରି କାର୍ଯ୍ୟରତ ଥାଇ ନିଜର କାର୍ଯ୍ୟ ଦକ୍ଷତା ବଳରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଥିଲେ I କୁଳିଅଣା ବ୍ଲକ ସମେତ ଜିଲ୍ଲାର ଜଣେ କର୍ମଠ ଓ ସର୍ବଗୁଣ ସମ୍ପନ୍ନା ଶିକ୍ଷୟତ୍ରୀ ଭାବେ ପରିଚିତ ଥିଲେ I କୁଳିଅଣା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ଫେରିବା ସମୟରେ ଚେତା ହରାଇ କୁଳିଅଣା ଓ ପରେ ପିଆରଏମ ଡାକ୍ତରଖାନାରେ ଚିକିତ୍ସିତ ହୋଇଥିଲେ I ଶେଷରେ ଏସସିବି ମେଡିକାଲରେ ୫୬ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି I ଖବର ପାଇ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଦିଲ୍ଲୀପ କୁମାର ପାତ୍ର, ପୂର୍ବତନ ସମ୍ପାଦକ ବିମଳ କୁମାର ଆଚାର୍ଯ୍ୟଙ୍କ ସମେତ ଶିକ୍ଷକ ନେତା ହରେକୃଷ୍ଣ ବାରିକ, ଶିବ ନାରାୟଣ ମହାନ୍ତ, ଅଜିତ କୁମାର ଦତ୍ତ, ରବି ନାରାୟଣ ଦତ୍ତ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ସରସ୍ବତୀ ସିଂ, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ଗ୍ରାମବାସୀ ତାଙ୍କ ଚିପଟ ଅସ୍ତିଆ ସ୍ଥିତ ବାସଭବନରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ I ମୃତ୍ୟୁ ବେଳକୁ ତାଙ୍କ ବୃଦ୍ଧ ପିତାମାତା, ସ୍ୱାମୀ କିଶୋର କୁମାର ଦାଶ, ପୁତ୍ର ମନୀଷ ଦାଶ ପ୍ରମୁଖ ଉପସ୍ଥିତ ଥିଲେ I ଆଜି ବାରୁଣୀ ଠାରେ ତାଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି I

Passing of Bharati Didi: ଭାରତୀ ଦିଦିଙ୍କ ବିୟୋଗରେ ଶିକ୍ଷକ ମହଲରେ ଶୋକର ଛାୟା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Tridhara Theatre Festival: ନଭେମ୍ବର ୨୨ ରୁ ତ୍ରିଧାରା ନାଟ୍ୟୋତ୍ସବ