ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୬ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୬ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୬ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୬ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୬ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୭ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୭ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୭ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୭ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୭ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Jumadang villagers: ଜୁମଡ଼ାଙ୍ଗ ଗ୍ରାମବାସୀଙ୍କ ସମସ୍ୟା ଶୁଣିଲେ ଜିଲ୍ଲାପାଳ: ତ୍ୱରିତ ସମାଧାନ ପାଇଁ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ

Jumadang villagers: ଜୁମଡ଼ାଙ୍ଗ ଗ୍ରାମବାସୀଙ୍କ ସମସ୍ୟା ଶୁଣିଲେ ଜିଲ୍ଲାପାଳ: ତ୍ୱରିତ ସମାଧାନ ପାଇଁ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ/ମାଲକାନଗିରି: ୧୧/୧୧/୨୬

ଉଭୟ ଜିଲ୍ଲା ଓ ରାଜ୍ ପ୍ରଶାସନ ପାଇଁ ଗୁରୁତ୍ୱ ବହନ କରୁଥିବା ଚିତ୍ରକୋଣ୍ଡା ବ୍ଳକ୍ ଧୁଳିପୁଟ ପଞ୍ଚାୟତ ଅନ୍ତର୍ଗତ ଜୁମଡ଼ାଙ୍ଗ ଗ୍ରାମର ସମସ୍ୟା ସମାଧାନ ତଥା ବିକାଶ ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ଅଧ୍ୟକ୍ଷତାରେ ଏଫ.ଏଲ.ସି ହଲ୍‌ ଠାରେ ଆୟୋଜିତ ଏହି ବୈଠକରେ ଗ୍ରାମବାସୀଙ୍କ ବିଭିନ୍ନ ଅଭିଯୋଗ ଉପରେ ବିସ୍ତୃତ ଆଲୋଚନା କରାଯାଇଛି। ଜୁମଡ଼ାଙ୍ଗ ପ୍ରସଙ୍ଗ ଏକ ସମ୍ବେଦନଶୀଳ ବିଷୟ ହୋଇଥିବାରୁ ପ୍ରଶାସନ ଏହାକୁ ଅତ୍ୟନ୍ତ ଗମ୍ଭୀରତାର ସହ ଗ୍ରହଣ କରିଛି।ଏହି ବୈଠକରେ ରାସ୍ତା ନିର୍ମାଣ, ଜମି ପଟ୍ଟା ପ୍ରଦାନ, ଇଲେକ୍ଟ୍ରିଫିକେସନ୍, ସ୍କୁଲ୍ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ଭଳି ଅତ୍ୟାବଶ୍ୟକ ମୌଳିକ ସମସ୍ୟାଗୁଡ଼ିକ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ଏହା ବ୍ୟତୀତ ଆଧାର କାର୍ଡ, ବାସିନ୍ଦା (ରେସିଡେଣ୍ଟ୍) ସାର୍ଟିଫିକେଟ୍, ପିଏମ୍ ଏବଂ ଆରଏଚ୍ ଆବାସ ଯୋଜନା ତଥା ପିଡିଏସ୍ ବ୍ୟବସ୍ଥାରେ ଠିକ୍ ଭାବେ ଚାଉଳ ବଣ୍ଟନ ଭଳି ପ୍ରସଙ୍ଗରେ ମଧ୍ୟ ଆଲୋଚନା କରାଯାଇଛି। ସମସ୍ୟାର ତ୍ୱରିତ ସମାଧାନ ନେଇ ଜିଲ୍ଲାପାଳ କହିଛନ୍ତି ଯେ, ଗ୍ରାମବାସୀଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ ପ୍ରଶାସନ ସର୍ବଦା ପ୍ରତିଶ୍ରୁତିବଦ୍ଧ। ରାସ୍ତାଘାଟ, ବିଦ୍ୟୁତ୍ କରଣ, ଏବଂ ଆବାସ ଯୋଜନା ଭଳି ସମସ୍ତ ବିକାଶମୂଳକ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ତଥା ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ, ସିଡିଓ-କମ୍-ଇଓ ଦାଶରଥୀ ସରାବୁ, ପିଏ ଆଇଟିଡିଏ ହଳଧର ଶବର, ଚିତ୍ରକୋଣ୍ଡା ବିଡିଓ ପ୍ରୀତା କୁମାର ଏବଂ ତହସିଲଦାର ନଟବର ଗରଡ଼ା ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହ ଜୁମଡ଼ାଙ୍ଗ ଗ୍ରାମବାସୀ ମାନେ ମଧ୍ୟ ଉପସ୍ଥିତ ରହି ନିଜର ମତାମତ ଉପସ୍ଥାପନ କରିଥିଲେ ।

Jumadang villagers: ଜୁମଡ଼ାଙ୍ଗ ଗ୍ରାମବାସୀଙ୍କ ସମସ୍ୟା ଶୁଣିଲେ ଜିଲ୍ଲାପାଳ: ତ୍ୱରିତ ସମାଧାନ ପାଇଁ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Bhratri Dwitiya: ସୁରକ୍ଷା ଆଉ ଆଶୀର୍ବାଦର ଅନନ୍ୟ ପ୍ରଥା -ଭାତୃ ଦ୍ଵିତୀୟା