ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୫ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୫ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୬ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୬ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୬ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୬ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୬ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୬ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୬ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୬ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

District Chief Medical Officers: ଜିଲ୍ଳା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଚିକିଟି ମେଡିକାଲ ପରିଦର୍ଶନ

District Chief Medical Officers: ଜିଲ୍ଳା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଚିକିଟି ମେଡିକାଲ ପରିଦର୍ଶନ – ସମୀକ୍ଷା ଖବର

ଅକ୍ଷୟ କୁମାର ସାହୁ / ସମୀକ୍ଷା ପ୍ରତିନିଧି / ଚିକିଟି:

ଚିକିଟି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ରେ ଅବ୍ୟବସ୍ଥା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ଉଚ୍ଚ କତୃପକ୍ଷ ଙ୍କୁ ଚିକିଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଜଣକ ଖାତିର ରହୁନଥିବା ପରିଲକ୍ଷିତ ହୋଇଛି। ବାତ୍ୟା ଓ ବନ୍ୟା ପରବର୍ତ୍ତୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାରୀ କାର୍ଯ୍ୟାଳୟ ରବିବାର ମଧ୍ୟ ଖୋଲା ରଖିବାକୁ ଗଞ୍ଜାମ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l କିନ୍ତୁ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ରେ ଏହାର ବ୍ୟତିକ୍ରମ ସମ୍ପର୍କ ରେ ଅଭିଯୋଗ ହେବା ପରେ ଜିଲ୍ଳା ମୁଖ୍ୟ ଚିକିତ୍ସା ଅଧିକାରୀ ଆଜି ଚିକିଟି ପରିଦର୍ଶନ ରେ ଆସିଥିଲେ । କିନ୍ତୁ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ ମନୋଜ ପାଢ଼ୀ ଙ୍କ ସମେତ ୫ ଡାକ୍ତର ଅନୁପସ୍ଥିତ ଦେଖି ଡ଼.ପାଢ଼ୀ ଙ୍କୁ ଫୋନ ମାଧ୍ୟମରେ ଅନୁପସ୍ଥିତ ର କାରଣ ପଚାରି ବୁଝିଥିଲେ l ବାପା ଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ଡ଼ ପାଢ଼ୀ ଅନୁପସ୍ଥିତ ଥିବା ସେ କହିଥିବା ସୂଚନା ମିଳିଛି। ଏବଂ ଦୁଇ ଦିନ ଭିତରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସି ଡି ଏମ ଓ ପ୍ରତିଶୃତି ଦେଇଥିଲେ। କିଛି ଗଣ ମାଧ୍ୟମ ପ୍ରତିନିଧି ପହଂଚି ଡ଼ ମନୋଜ ପାଢ଼ୀ ଙ୍କ ମନ ମାନି ଯୋଗୁଁ ଚିକିଟି ମେଡିକାଲ ରେ ସ୍ୱାସ୍ଥ୍ୟ ସେବା ରେ ଘୋର ଅବନୀତି ଦେଖାଯିବା ସହ ଆର୍ଥିକ ଘୋଟାଲା ଭରପୁର ହେବା ନେଇ ସି. ଡି.ଏମ. ଓ ଙ୍କୁ ଅଭିଯୋଗ କରିଥିଲେ। ମେଡିକାଲ ଖୋଲିବା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ସତ୍ତ୍ବେ ଗତ ରବିବାର ଦିନ ୧୨ ଟା ସୁଦ୍ଧା ସ୍ବାସ୍ଥ୍ୟକେନ୍ଦ୍ରରେ ଦାୟିତ୍ୱରେ ଥିବା କେତେକ ପ୍ରମୁଖ ଅଧିକାରୀଙ୍କ ଅନୁପସ୍ଥିତି କୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଅଭିଯୋଗ ଅନୁଯାୟୀ, ସି ଏଚ ସି ଅଧିକାରୀ ଡା. ମନୋଜ ପାଢ଼ୀ, ପି. ଏଚ. ଇ.ଓ ବନବିହାରୀ ନାୟକ ଓ ବି.ପି.ଏମ ରାମଚନ୍ଦ୍ର ସାହୁ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ନଥିଲେ। ଅନ୍ୟପକ୍ଷରେ ମାତ୍ର ଜଣେ ଡାକ୍ତରଙ୍କ ଭରସାରେ ରୋଗୀ ସେବା ଚାଲିଥିବା ନେଇ ସବୁଠାରୁ ଗୁରୁତର ଅଭିଯୋଗ ହୋଇଥିଲା। ଅନୁପସ୍ଥିତ ଡାକ୍ତର ଙ୍କ କାରଣ ଜାଣିବା ପାଇଁ ଫୋନ୍ ଯୋଗେ ଯୋଗାଯୋଗ କରିବାକୁ ଉଦ୍ୟମ କରାଗଲେ ମଧ୍ୟ ଡାକ୍ତର ଫୋନ୍ ଉଠାଉ ନଥିବା ଅଭିଯୋଗ ହୋଇଛି। ବାତ୍ୟା ଓ ବନ୍ୟା ପରି ଜରୁରୀ ପରିସ୍ଥିତିରେ ସ୍ବାସ୍ଥ୍ୟ ସେବାର ଗୁରୁତ୍ୱ ରହିଥ‌ିବା ବେଳେ ଜିଲ୍ଲାପାଳଙ୍କ ସ୍ପଷ୍ଟ ନିର୍ଦ୍ଦେଶ ପରେ ମଧ୍ଯ ଏଭଳି ସ୍ଥିତି କାହିଁକି ସୃଷ୍ଟି ହେଲା, ତାହାକୁ ନେଇ ପ୍ରଶ୍ନ ଉଠିଛି ଏହି ଘଟଣାର ତଦନ୍ତ କରି ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଜିଲ୍ଲା ପ୍ରଶାସନ ଉଚିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।

District Chief Medical Officers: ଜିଲ୍ଳା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଚିକିଟି ମେଡିକାଲ ପରିଦର୍ଶନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Drinking water project: ପାନୀୟ ଜଳ ପ୍ରକଳ୍ପ ଥାଇ ବି ମେଣ୍ଟୁନି ଶୋଷ