ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୯ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୯ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୯ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୯ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୧୦ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୧୦ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୧୦ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୧୦ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୧୦ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୧୦ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Blood Donation Camp: ବିଶିଷ୍ଟ ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ

Blood Donation Camp: ବିଶିଷ୍ଟ ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ – ସମୀକ୍ଷା ଖବର

ମହେଶ୍ୱର ଡିଗାଲ /ସବ ଡିଭିଜନାଲ ସାମ୍ବାଦିକ /କନ୍ଧମାଳ/ସମୀକ୍ଷା ନ୍ୟୁଜ : 10.11.2026

ବିଶିଷ୍ଟ ସମାଜସେବୀ, ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକ (ଆଜ୍ଞା)ଙ୍କ ୧୧୧ତମ ଜୟନ୍ତୀ ପାଳନ ଅବସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସମିତି ପରିସରରେ ଆୟୋଜିତ ହୋଇଯାଇଛି। ଏହି ଶିବିରରୁ ମୋଟ ୩୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି।
ଶିବିରକୁ ମୁଖ୍ୟ ଅତିଥି ଭାବେ ବିଏସ୍‌ଏଫ୍ କମାଣ୍ଡାଣ୍ଟ ମାନସ ରଞ୍ଜନ ପଣ୍ଡା ଯୋଗଦେଇ ଉଦ୍‌ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଡେପୁଟି କମାଣ୍ଡାଣ୍ଟ କମଳାକାନ୍ତ ଦାସ ଉପସ୍ଥିତ ଥିଲେ। ଏହି ଅବସରରେ ଅତିଥିମାନେ ରକ୍ତଦାନର ମହତ୍ତ୍ୱ ଓ ମାନବ ସେବାରେ ଏହାର ଭୂମିକା ସମ୍ପର୍କରେ ମତପ୍ରକାଶ କରିଥିଲେ। ଅନୁଷ୍ଠାନର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା ଓ ସହସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡାଙ୍କ ସମେତ ରକ୍ତଦାନ ଶିବିର କମିଟିର ଆବାହକ ସରସ୍ୱତୀ ବେହେରା, ସଦସ୍ୟ ମାଧବ ଗମାଙ୍ଗ, ଦେବରାଜ କୈବର୍ତ୍ତ, ସୁରେଖା ଭୋଇ, ଜଗନ୍ନାଥ ପାତ୍ର, ଆଦିତ୍ୟ ପ୍ରସାଦ ପାତ୍ର, ପ୍ରଦୀପ ମାଝୀ, ରଶ୍ମିରେଖା ବେହେରା ଓ କୃତି ପ୍ରସନ୍ନ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଶିବିରର ସୁପରିଚାଳନାରେ ସହଯୋଗ କରିଥିଲେ। ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଏସ୍. ରାମ ପାତ୍ରଙ୍କ ତତ୍ତ୍ୱାବଧାନରେ ସ୍ୱାସ୍ଥ୍ୟକର୍ମୀ ମାନେ ରକ୍ତଦାତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ରକ୍ତ ସଂଗ୍ରହ କରିଥିଲେ। ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକଙ୍କ ଜୀବନ ଦର୍ଶନ ଥିଲା ମାନବ ସେବା ଓ ସମାଜ କଲ୍ୟାଣ। ତାଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଭଳି ମହତ୍ କାର୍ଯ୍ୟର ଆୟୋଜନ ତାଙ୍କ ସେବା ଓ ମାନବିକତାର ଆଦର୍ଶକୁ ସ୍ମରଣ କରାଇବା ସହ ରକ୍ତଦାନ ମାଧ୍ୟମରେ ଅନ୍ୟର ଜୀବନ ରକ୍ଷା ପାଇଁ ସମାଜକୁ ଏକ ସକାରାତ୍ମକ ବାର୍ତ୍ତା ପ୍ରଦାନ କରିଛି।

Blood Donation Camp: ବିଶିଷ୍ଟ ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Shaktimayi Magazine: ଆଧ୍ୟାତ୍ମିକ ପତ୍ରିକା ଶକ୍ତିମୟୀର ୧୯ତମ ସଂସ୍କରଣ ଉନ୍ମୋଚିତ