ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୮ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୮ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୮ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୯ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୯ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୯ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୯ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୯ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୯ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୯ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Maternal & Child Health Services Training Camp: ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ସେବାର ଗୁଣାତ୍ମକ ଉନ୍ନତି ପାଇଁ ଜିଲ୍ଲାସ୍ତରୀୟ ତାଲିମ ଶିବିର

Maternal & Child Health Services Training Camp: ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ସେବାର ଗୁଣାତ୍ମକ ଉନ୍ନତି ପାଇଁ ଜିଲ୍ଲାସ୍ତରୀୟ ତାଲିମ ଶିବିର – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବାରିପଦା, ୧୧/୧୧/୨୬ – ମାତୃ, ନବଜାତ ଓ ଶିଶୁ ସ୍ୱାସ୍ଥ୍ୟ ସେବାର ଗୁଣାତ୍ମକ ଉନ୍ନତି ସହ ତୃଣମୂଳ ସ୍ତରରେ ସ୍ୱାସ୍ଥ୍ୟ ଓ ପୁଷ୍ଟି କର୍ମୀଙ୍କ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ ନୀତି ଆୟୋଗଙ୍କ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଅନ୍ତର୍ଗତ ଏକଦିବସୀୟ ଜିଲ୍ଲାସ୍ତରୀୟ ତାଲିମ ଶିବିର ଆଜି ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାର ୮ଟି ଆକାଂକ୍ଷୀ ବ୍ଲକରୁ ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ, ଏଏନଏମ, ସୁପରଭାଇଜର ଓ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀମାନେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଧର୍ମାନନ୍ଦ ବେହେରା, ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ବିଶ୍ୱନାଥ ଦାସ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଞ୍ଜୁକ୍ତା ମହାରଣା ଏବଂ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଯୁଗ୍ମ ନିର୍ଦ୍ଦେଶକ ଲେମ୍ଭା ମାରାଣ୍ଡିଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ । ପ୍ରାରମ୍ଭିକ ଅଧିବେଶନରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ସୂଚକାଙ୍କର ଉନ୍ନତି ସହ କମ ଜନ୍ମ ଓଜନ, ଅପପୁଷ୍ଟି, କିଶୋରୀ ଗର୍ଭଧାରଣ ଓ ବାଲ୍ୟବିବାହ ଭଳି ସମସ୍ୟାର ପ୍ରତିରୋଧ ଓ ନିରାକରଣ ଉପରେ ଆଲୋଚନା ହୋଇଥିଲା । ତାଲିମରେ ଆଲୋଚିତ ବିଷୟବସ୍ତୁକୁ କ୍ଷେତ୍ରସ୍ତରରେ ପ୍ରୟୋଗ କରିବା ସହ ବିଭିନ୍ନ ବିଭାଗ ଓ କର୍ମୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ତଥା ପୁଷ୍ଟି ସେବା ପ୍ରଦାନକୁ ଅଧିକ ସୁସଂଗଠିତ କରିବା ଉପରେ ଶିବିରରେ ଗୁରୁତ୍ୱ ଦିଆଯାଇଥିଲା ।

Maternal & Child Health Services Training Camp: ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ସେବାର ଗୁଣାତ୍ମକ ଉନ୍ନତି ପାଇଁ ଜିଲ୍ଲାସ୍ତରୀୟ ତାଲିମ ଶିବିର – ସମୀକ୍ଷା

ତାଲିମ ଶିବିରରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ଏବଂ ପୁଷ୍ଟି ସମ୍ପର୍କିତ ବୈଷୟିକ ଅଧିବେଶନ ଆୟୋଜିତ ହୋଇଥିଲା । ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା. ସୁଯୋଗ ନାୟକ ଗର୍ଭାବସ୍ଥାରେ ମାତୃ ଯତ୍ନ ଓ ଜଟିଳତାର ଚିହ୍ନଟ ସମ୍ପର୍କରେ ତାଲିମ ଦେଇଥିବା ବେଳେ ଶିଶୁ ରୋଗ ବିଶେଷଜ୍ଞ ଡା. ହରିଶ ସାହୁ ନବଜାତ ଶିଶୁର ଯତ୍ନ, ସ୍ତନ୍ୟପାନ ଏବଂ ଅପପୁଷ୍ଟିର ଚିହ୍ନଟ ଓ ପରିଚାଳନା ଉପରେ ଆଲୋକପାତ କରିଥିଲେ । ଏଥିସହ ଅଂଶଗ୍ରହଣକାରୀ ମାନେ କ୍ଷେତ୍ରସ୍ତରୀୟ ସମସ୍ୟା ଉପସ୍ଥାପନ କରି ବିଶେଷଜ୍ଞଙ୍କ ଠାରୁ ପରାମର୍ଶ ନେଇଥିଲେ । ଏହି ତାଲିମ ଶିବିରରେ ରାଇରଙ୍ଗପୁର, ଯଶୀପୁର, ଠାକୁରମୁଣ୍ଡା, ଜାମଦା, ବିଜାତଳା, କୁସୁମୀ, ତିରିଂ ଓ ବହଳଦା ବ୍ଲକରୁ ବହୁଳକର୍ମୀ ଏଥିରେ ଯୋଗ ଦେଇ ପରାମର୍ଶ ଗ୍ରହଣ କରିଥିଲେ । ଆକାଂକ୍ଷୀ ବ୍ଲକ ଫେଲୋ, ରାଇରଙ୍ଗପୁରର ଅନନ୍ୟା ବଳିଆରସିଂହ ଏବଂ କୁସୁମୀର ଏସ. ଶୁଭଲକ୍ଷ୍ମୀ କାର୍ଯ୍ୟକ୍ରମର ସମନ୍ୱୟ ଦାୟିତ୍ୱ ତୁଲାଇଥିବା ସମୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ସହକାରୀ ନିର୍ଦ୍ଦେଶକ ଡା. ଗାୟତ୍ରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Udala Town Review of the Master Plan: ଆଗାମି ୫୦ ବର୍ଷକୁ ଆଖିରେ ରଖି ଉଦଳା ସହର ମାଷ୍ଟର ପ୍ଲାନ ସମୀକ୍ଷା