ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୬ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧୫ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୨୪ ମିନିଟ ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା ୪୧ ମିନିଟ ପୂର୍ବେRoad construction India ranks second world: ରାସ୍ତା ନିର୍ମାଣରେ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ଭାରତ ୫୧ ମିନିଟ ପୂର୍ବେBollywood actress Nora Fatehi ₹200 crore fraud case: ଅଡୁଆରେ ବଲିଉଡ୍ ଅଭିନେତ୍ରୀ ନୋରା ଫତେହି! ₹୨୦୦ କୋଟି ଠକେଇ ମାମଲାରେ କୋର୍ଟରେ ହାଜର ୫୭ ମିନିଟ ପୂର୍ବେGaisima Health Awareness Camp: ଗାଇସୀମାରେ ଆୟୁଷ ସ୍ବାସ୍ଥ୍ୟ ସଚେତନତା ଶିବିର ୧ ଘଣ୍ଟା ପୂର୍ବେPanchapidha Women’s College Sexual Harassment Program: ପାଞ୍ଚପିଢ଼ ମହିଳା ମହାବିଦ୍ୟାଳୟରେ ଯୌନ ଉତ୍ପୀଡ଼ନ ନିରୋଧ ସଚେତନତା କାର୍ଯ୍ୟକ୍ରମ ୧ ଘଣ୍ଟା ପୂର୍ବେZero Casualties evacuation process intensified: ଜିରୋ କାଜୁଆଲିଟିକୁ ପ୍ରଶାସନ ଗୁରୁତ୍ୱ, ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର ୧ ଘଣ୍ଟା ପୂର୍ବେCyclone Akvan Weather department issues: ବାତ୍ୟା ଅକଭାନ କୁ ନେଇ ପାଣିପାଗ ବିଭାଗର ସତର୍କ ସୂଚ଼ନା ୧ ଘଣ୍ଟା ପୂର୍ବେAkvan Breaks the farmers back: ଅକଭାନ ଭାଙ୍ଗିଦେଲା ଚାଷୀଙ୍କ ଅଣ୍ଟା! ପାଣିରେ ଭାସୁଛି ଶହ ଶହ ଏକର ଧାନ ଫସଲ
ଚର୍ଚ୍ଚାରେ ମୟୂରଭଞ୍ଜ ଖୋର୍ଦ୍ଧା ଜଗତସିଂହପୁର ମାଲକାନଗିରି କେନ୍ଦୁଝର ବରଗଡ଼ ନବରଙ୍ଗପୁର

Malkangiri Debate competition: ଜାତୀୟ ପ୍ରେସ୍ ଦିବସ ଉପଲକ୍ଷେ ମାଲକାନଗିରିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ ପ୍ରତିଯୋଗିତା ଅନୁଷ୍ଠିତ

Malkangiri Debate competition: ଜାତୀୟ ପ୍ରେସ୍ ଦିବସ ଉପଲକ୍ଷେ ମାଲକାନଗିରିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ ପ୍ରତିଯୋଗିତା ଅନୁଷ୍ଠିତ – ସମୀକ୍ଷା ଖବର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ/ମାଲକାନଗିରି: ୧୨/୧୧/୨୬

ଜାତୀୟ ପ୍ରେସ୍ ଦିବସ-୨୦୨୬ ପାଳନ ଅବସରରେ ମାଲକାନଗିରି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଏବଂ ମାଲକାନଗିରି ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟସର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଆଇ.ଏମ୍.ଏସ୍.ଟି ସ୍କୁଲ ପରିସରରେ ହାଇସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଏହି ପ୍ରତିଯୋଗିତାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଧାରିତ ବିଷୟବସ୍ତୁ ‘ସାମ୍ବାଦିକତା: ଲୋକପ୍ରିୟତା ବନାମ କର୍ତ୍ତବ୍ୟବୋଧ’ ଏବଂ ମାଲକାନଗିରି ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟସ୍ ପକ୍ଷରୁ ପ୍ରଦତ୍ତ ବିଷୟବସ୍ତୁ ‘ସରକାରୀ ନିୟନ୍ତ୍ରଣ ଅପେକ୍ଷା ଗଣମାଧ୍ୟମର ଆତ୍ମ ନିୟନ୍ତ୍ରଣ ଅଧିକ ପ୍ରଭାବଶାଳୀ ଅଟେ’ ଉପରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଯୁକ୍ତି ଉପସ୍ଥାପନ କରିଥିଲେ। ଉକ୍ତ ପ୍ରତିଯୋଗିତାରେ ବିଚାରକ ଭାବେ ମାଲକାନଗିରି ମହାବିଦ୍ୟାଳୟର ଅଧ୍ୟାପକ ଡଃ ରଞ୍ଜନ ସ୍ୱାଇଁ, ରାଜସ୍ୱ ବିଭାଗର କର୍ମଚାରୀ ସରୋଜ ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଶିକ୍ଷକ ଶିବୁ କୀର୍ତ୍ତନୀୟା ଯୋଗଦେଇ ପ୍ରତିଯୋଗୀମାନଙ୍କର ମୂଲ୍ୟାଙ୍କନ କରିଥିଲେ। ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରୋଜେକ୍ସନିଷ୍ଟ ରଞ୍ଜନ ମହାନ୍ତି କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରିଥିଲେ।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମାଲକାନଗିରି ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟସ୍ ର ସଭାପତି ଦେବ ପ୍ରସାଦ ଦାଶ ଏବଂ ସଦସ୍ୟ କୃଷ୍ଣପଦ ରାୟ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଆସନ୍ତା ନଭେମ୍ବର ୧୬ ତାରିଖରେ ପାଳିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ସମାରୋହରେ ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ।

Malkangiri Debate competition: ଜାତୀୟ ପ୍ରେସ୍ ଦିବସ ଉପଲକ୍ଷେ ମାଲକାନଗିରିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ ପ୍ରତିଯୋଗିତା ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Malkangiri Madhu Babu Pension Yojana: ମାଲକାନଗିରିରେ ଜିଲ୍ଲା ସ୍ତରୀୟ ମଧୁବାବୁ ପେନ୍‌ସନ୍ ଯୋଜନା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ