ମୁଖ୍ୟ ବିଷୟକୁ ଯାଆନ୍ତୁ
ଶୁକ୍ରବାର, ୨୦ ନଭେମ୍ବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ଖୋର୍ଦ୍ଧା ବରଗଡ଼ କେନ୍ଦ୍ରାପଡ଼ା ମାଲକାନଗିରି କୋରାପୁଟ

Safety & Dignity of women Workplace: କାର୍ଯ୍ୟସ୍ଥଳରେ ମହିଳାଙ୍କ ସୁରକ୍ଷା ଓ ସମ୍ମାନ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ

Safety & Dignity of women Workplace: କାର୍ଯ୍ୟସ୍ଥଳରେ ମହିଳାଙ୍କ ସୁରକ୍ଷା ଓ ସମ୍ମାନ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ – ସମୀକ୍ଷା ଖବର

ବିଜୟ ରତ୍ନ ପତି/ ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/ କେନ୍ଦୁଝର:

କେନ୍ଦୁଝର,୧୨/୧୧: କାର୍ଯ୍ୟସ୍ଥଳରେ ମହିଳାଙ୍କ ପ୍ରତି ଯୌନ ଉତ୍ପୀଡ଼ନର ପ୍ରତିରୋଧ, ନିଷେଧ ଓ ଏହାର ନିରାକରଣ ଆଇନ, ୨୦୧୩ ସମ୍ପର୍କରେ ଏକ ଦିନିକିଆ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗତ ୧୧ ନଭେମ୍ବରରେ କେନ୍ଦୁଝର ସଦର ବ୍ଲକ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ମନ୍ଦରଧର ମହାଲିକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ, କେନ୍ଦୁଝର ପକ୍ଷରୁ ଜିଲ୍ଲା ମହିଳା ସଶକ୍ତୀକରଣ କେନ୍ଦ୍ରର ସମନ୍ୱୟରେ ଆୟୋଜନ କରାଯାଇଥିଲା।ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ମହାଲିକ ପ୍ରତ୍ୟେକ କାର୍ଯ୍ୟାଳୟ ଓ କର୍ମକ୍ଷେତ୍ରରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି) ଗଠନ କରିବା ସହ ଏହାକୁ କାର୍ଯ୍ୟକ୍ଷମ ରଖିବା ଉପରେ ଗୁରୁତ୍ୱାରୋପ କରିଥିଲେ। ମହିଳାମାନଙ୍କ ପାଇଁ ଏକ ସୁରକ୍ଷିତ, ସମ୍ମାନଜନକ ଓ ଭୟମୁକ୍ତ କାର୍ଯ୍ୟ ପରିବେଶ ସୁନିଶ୍ଚିତ କରିବା ସମସ୍ତଙ୍କ ଦାୟିତ୍ୱ ବୋଲି ସେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀମତୀ ଜ୍ୟୋସ୍ନାମୟୀ ପ୍ରଧାନ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀକାନ୍ତ ବେହେରାଙ୍କ ସମେତ ଏଡିପିଏଚ୍‌ଓ, ଆଇଡିଏର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ଡିସିପିଓ, ଡିସି-ଆଡଭିକା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ସମାଜ ମଙ୍ଗଳ ଅଧିକାରୀ, ସମସ୍ତ ସିଡିପିଓ, ୱାନ୍‌ ଷ୍ଟପ୍‌ ସେଣ୍ଟର ଓ ଶକ୍ତି ସଦନର ସଦସ୍ୟା ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଜଣେ ସଦସ୍ୟ ଯୋଗଦେଇଥିଲେ।

Safety & Dignity of women Workplace: କାର୍ଯ୍ୟସ୍ଥଳରେ ମହିଳାଙ୍କ ସୁରକ୍ଷା ଓ ସମ୍ମାନ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Titilagarh The sacred festival of Shri Shri Chitragupta Maharaj: ଟିଟିଲାଗଡ଼ରେ କରଣ ସମାଜ ପକ୍ଷରୁ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ମହାରାଜଙ୍କ ପବିତ୍ର ପୂଜା ମହୋତ୍ସବ ଅନୁଷ୍ଠିତ